ଖୁବଶୀଘ୍ର ଭୁବନେଶ୍ୱର ବିମାନବନ୍ଦରରୁ ସୁରଟ, ଡେରାଡୁନ, ଚଣ୍ଡିଗଡ ଓ ଜାମ୍ମୁକୁ ଉଡିବ ବିମାନ

The Sakala Picture
Published On

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱର ବିମାନବନ୍ଦରରୁ ସୁରଟ, ଡେରାଡୁନ, ଚଣ୍ଡିଗଡ, ଜମ୍ମୁକୁ ଉଡିବ ନୂଆ ବିମାନ । ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ସୁରଟ ପାଇଁ ସ୍ଲଟ ଦେବାକୁ ଏୟାରଲାଇନ୍ସକୁ କୁହାଯାଇଛି । ବର୍ତ୍ତମାନ ସୁଦ୍ଧା ୨୧ଟି ସହରକୁ ଭୁବନେଶ୍ବର ବିମାନ ବନ୍ଦର ସଂଯୋଗ କରିଛି ବୋଲି ସୂଚନା ଦେଇଛନ୍ତି ମିନା ବନ୍ଦର କର୍ତ୍ତୃପକ୍ଷ । ଅନ୍ୟପଟେ ନୂଆ ରୂପ ନେଇଛି ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର । ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ […]

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱର ବିମାନବନ୍ଦରରୁ ସୁରଟ, ଡେରାଡୁନ, ଚଣ୍ଡିଗଡ, ଜମ୍ମୁକୁ ଉଡିବ ନୂଆ ବିମାନ । ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ସୁରଟ ପାଇଁ ସ୍ଲଟ ଦେବାକୁ ଏୟାରଲାଇନ୍ସକୁ କୁହାଯାଇଛି । ବର୍ତ୍ତମାନ ସୁଦ୍ଧା ୨୧ଟି ସହରକୁ ଭୁବନେଶ୍ବର ବିମାନ ବନ୍ଦର ସଂଯୋଗ କରିଛି ବୋଲି ସୂଚନା ଦେଇଛନ୍ତି ମିନା ବନ୍ଦର କର୍ତ୍ତୃପକ୍ଷ ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଅନ୍ୟପଟେ ନୂଆ ରୂପ ନେଇଛି ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର । ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ ଲିଙ୍କ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ ଷ୍ଟେକହୋଲ୍ଡରଙ୍କ ସହ ଆଲୋଚନା ପରେ କାମ କରିବ ଟର୍ମିନାଲ । ସିଆଇଏସଏଫ, କଷ୍ଟମ, ଏୟାରଲାଇନ୍ସ, ଇମିଗ୍ରେସନ ସହ କରାଯିବ ବୈଠକ । ବର୍ତ୍ତମାନ ବିମାନ ବନ୍ଦର ନୂଆ ଟର୍ମିନାଲ ଲିଙ୍କ ବିଲ୍ଡିଂ କାମ ଶେଷ ହୋଇଛି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର