ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ଼..

The Sakala Picture
Published On

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ଆଜି ସନ୍ଧ୍ୟାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜଙ୍କ ବାସଭବନ ଘେରିଛି।ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଉତ୍ତେଜିତ ହୋଇଛି। ଛାତ୍ର କଂଗ୍ରେସର ସଦସ୍ୟମାନେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏଥି ସହିତ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି। କଂଗ୍ରେସ ଘଟଣାର ନ୍ୟାୟିକ ତଦନ୍ତ ଦାବି ସହିତ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା […]

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ଆଜି ସନ୍ଧ୍ୟାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜଙ୍କ ବାସଭବନ ଘେରିଛି।ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଉତ୍ତେଜିତ ହୋଇଛି। ଛାତ୍ର କଂଗ୍ରେସର ସଦସ୍ୟମାନେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏଥି ସହିତ ସରକାରଙ୍କ ବିରୋଧରେ ନାରାବାଜି କରିଛନ୍ତି। କଂଗ୍ରେସ ଘଟଣାର ନ୍ୟାୟିକ ତଦନ୍ତ ଦାବି ସହିତ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ଶନିବାର ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା । ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ୬୦ ଘଣ୍ଟା ଧରି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳଙ୍କ ସହାୟତାରେ ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର