ଭୁବନେଶ୍ବରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ୱର: ବିମାନବନ୍ଦରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପହଞ୍ଚିବା ପରେ ବ୍ୟାପକ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ସୌରଭ ଗାଙ୍ଗୁଲିଙ୍କୁ ହୋଟେଲ ନିଆଯାଇଛି। ହୋଟେଲରେ କିଛି ସମୟ ରେଷ୍ଟ ନେଲା ପରେ ଅପରାହ୍ନ ୫ଟାରେ ଗାଙ୍ଗୁଲି ନବୀନଙ୍କୁ ଭେଟିବେ। ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଦାଦା ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ […]

ଭୁବନେଶ୍ୱର: ବିମାନବନ୍ଦରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପହଞ୍ଚିବା ପରେ ବ୍ୟାପକ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ସୌରଭ ଗାଙ୍ଗୁଲିଙ୍କୁ ହୋଟେଲ ନିଆଯାଇଛି। ହୋଟେଲରେ କିଛି ସମୟ ରେଷ୍ଟ ନେଲା ପରେ ଅପରାହ୍ନ ୫ଟାରେ ଗାଙ୍ଗୁଲି ନବୀନଙ୍କୁ ଭେଟିବେ। ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଦାଦା ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ ।

ସୂଚନା ଅନୁଯାୟୀ, ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 

About The Author: The Sakala