ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଦକ୍ଷିଣ ଓଡ଼ିଶାରେ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ମୌସୁମୀ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି ମୌସୁମୀ । କୋରାପୁଟରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଯାଜପୁର କୋରେଇରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ […]

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ମୌସୁମୀ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି ମୌସୁମୀ । କୋରାପୁଟରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଯାଜପୁର କୋରେଇରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ୫୦ ପ୍ରତିଶତରୁ ଅଧିକ ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି । ଓଡ଼ିଶା, ଗୁଜରାଟ, ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର, ସମ୍ପୂର୍ଣ୍ଣ ତେଲେଙ୍ଗାନା, ବିଦର୍ଭ, ଦକ୍ଷିଣ ଛତିଶଗଡ଼ର କିଛି ଅଞ୍ଚଳ, ଆନ୍ଧ୍ରପ୍ରଦେଶ ଉପକୂଳ, ପୂର୍ବ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋସାଗରକୁ ମୌସୁମୀ ଛୁଇଁଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର