ନିଶାମୁକ୍ତ ହେବ ଓଡିଶା, ଏପ୍ରିଲ ୧ରୁ ଆରମ୍ଭ ହେବ ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର: ନିଶାମୁକ୍ତ ହେବ ଓଡିଶା । ଏପ୍ରିଲ ୧ରୁ ଆରମ୍ଭ ହେବ ସ୍ବତନ୍ତ୍ର ଅଭିଯାନ । ଆସନ୍ତା ୩ ବର୍ଷ ଭିତରେ ନିଶା ବା ଗଞ୍ଜେଇର ମୁଲପୋଛ ପାଇଁ ଆରମ୍ଭ ହେବ ଅଭିଯାନ । ଶିକ୍ଷାନୁସ୍ଥାନ ୫୦୦ ମିଟର ଭିତରେ ନିଶା ଦ୍ରବ୍ୟ ବିକ୍ରି ଉପରେ ଡ୍ରାଇଭ ଚାଲିଥିଲା ଆଗକୁ ମଧ୍ୟ ଚାଲିବ ବୋଲି କହିଛନ୍ତି ।
ରାଜ୍ୟକୁ ପସିପାରିବନି ସିଂଥେଟିକ୍ସ ଡ୍ରଗ୍ସ। ଶିକ୍ଷାନୁଷ୍ଠାନର ୫୦୦ ମିଟର ଭିତରେ ନିଶା ବିକ୍ରି ହେଲେ କାର୍ଯ୍ୟାନୁଷ୍ଠାନ ନେବୁ ବୋଲି କହିଛନ୍ତି ଡିଜିପି। ଏଥିପାଇଁ ସମସ୍ତ ଜିଲ୍ଲାର ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ନିଶା ମାଫିଆଙ୍କୁ ଗିରଫ କରିବା ସହ ଦଣ୍ଡବିଧାନ ଦିଗରେ ମଧ୍ୟରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି । ୨୦୨୫ ଜାନୁଆରୀ ୧ରୁ ୨୦୨୬ ଫେବୃଆରୀ ୨୮ ମଧ୍ୟରେ ମୋଟ 1,444 କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ ହୋଇଛି । 1346 କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ, ଜବତ ହୋଇଛି। 41.7 କୋଟି ଟଙ୍କା ମୂଲ୍ୟର ବ୍ରାଉନସୁଗର ଓ 10.17 କୋଟି ଟଙ୍କା ମୂଲ୍ୟର କଫ ସିରପ ଜବତ ହୋଇଛି। 200 କୋଟି ଟଙ୍କା ମୂଲ୍ୟର 1862 ଲିଟର ଗଞ୍ଜେଇ ତେଲ ଜବତ ହୋଇଛି । ୬୫୪ ଜଣ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ ହୋଇଛନ୍ତି । ଏଥିସହିତ ନିଶା ବେପାରୀଙ୍କ ଅର୍ଥନୈତିକ ମେରୁଦଣ୍ଡ ଭାଙ୍ଗିବା ପାଇଁ 10 କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ବ୍ୟାଜପ୍ତି କରାଯାଇଛି।
STF ଦ୍ୱାରା ପ୍ରଶିକ୍ଷିତ K-9 ସ୍ନାଇଫର ଶ୍ଵାନଙ୍କ ସହାୟତାରେ ରାଜ୍ୟର ପ୍ରମୁଖ ରେଳ ଷ୍ଟେସନ ଓ ବସଷ୍ଟାଣ୍ଡ ଗୁଡ଼ିକରେ କଡ଼ା ନଜର ରଖାଯାଇଛି। ଦଣ୍ଡବିଧାନ ସହିତ ସଚେତନତା ଓ ସଂସ୍କାର ଉପରେ ଓଡ଼ିଶା ପୋଲିସ ଗୁରୁତ୍ୱ ଦେଉଛି। ଓଡ଼ିଶାରେ ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ଆର୍ଥିକ ଅନୁଦାନରେ 29ଟି ଜିଲ୍ଲାରେ 41 ଗୋଟି ଓ ରାଜ୍ୟ ସରକାରଙ୍କ ଆର୍ଥିକ ଅନୁଦାନରେ 11ଗୋଟି ନିଶା ନିବାରଣ କେନ୍ଦ୍ର , ମୋଟ 52ଟି ନିଶା ନିବାରଣ କେନ୍ଦ୍ର କାର୍ଯ୍ୟ କରୁଛି। କେନ୍ଦ୍ର ସରକାରଙ୍କ ଦ୍ଵାରା ପରିଚାଳିତ ନିଶା ନିବାରଣ କେନ୍ଦ୍ରରେ 15 ଜଣ ଓ ରାଜ୍ୟ ସରକାରଙ୍କ ଦ୍ଵାରା ପରିଚାଳିତ କେନ୍ଦ୍ରରେ 30 ଜଣ ଲେଖାଁଏ ନିଶାସକ୍ତ ବ୍ୟକ୍ତିମାନଙ୍କ ପାଇଁ ମାଗଣାରେ ଏକମାସ ପର୍ଯନ୍ତ ରହିବା, ଖାଇବା, ଚିକିତ୍ସା ସହିତ ବୈଷୟିକ ତାଲିମ ଦିଆଯାଉଅଛି । ଏପର୍ଯ୍ୟନ୍ତ 19,395 ଜଣ ବ୍ୟକ୍ତି ନିଶାରୁ ନିବୃତ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ଅଭ୍ୟାସଗତ ନିଶା ବ୍ୟବସାୟୀମାନଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରିବାକୁ ଓଡ଼ିଶା ପୋଲିସ କାର୍ଯାନୁଷ୍ଠାନ ଗ୍ରହଣ କରୁଛି । ନିଶା ବ୍ୟବସାୟୀମାନଙ୍କ ଅର୍ଥନୈତିକ ମେରୁଦଣ୍ଡ ଭାଙ୍ଗିବାକୁ NSA ଲଗାଯାଉଛି । ଏହି କ୍ରମରେ ମୋଟ ୧୬ଟି ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଛି।