ସର୍ବଦଳୀୟ ବୈଠକରେ ଗୃହ ପରିଚାଳନା ପାଇଁ ସବୁ ଦଳର ସହଯୋଗ ଲୋଡିଲେ ବାଚସ୍ପତି

Madhusudan Das Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେସନ ଆରମ୍ଭ ହେବ । ଏହା ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଗୃହ ପରିଚାଳନା ପାଇଁ ସବୁ ଦଳର ସହଯୋଗ ଲୋଡିଛନ୍ତି ବାଚସ୍ପତି । ଉଭୟ ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ୨୦ ତାରିଖରେ ୨୦୨୬-୨୭ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । 

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ବୈଠକ ପରେ ବିରୋଧୀ ଦଳ ମୁଖ୍ୟ ସଚେତକ କହିଛନ୍ତି, ଆମେ ମୁଖ୍ୟତଃ ଚାଷୀ ପ୍ରସଙ୍ଗ ଉଠାଇବୁ । କଟନୀ ଛଟନୀ ବନ୍ଦ ହେଉ ନାହିଁ । ଏହାକୁ ଆମେ ବିଧାନସଭାରେ ପ୍ରଥମେ ଉଠାଇବୁ । ସେହିଭଳି କଂଗ୍ରେସ ବିଧାୟକ ଦଳ ନେତା କହିଛନ୍ତି, ବାଚସ୍ପତି ବିରୋଧୀଙ୍କୁ ସମୟ ଦେବା ପାଇଁ ଆମେ ଅନୁରୋଧ କରିଛୁ । କୋଟିଆ, ଚାଷୀ, ନାରୀ ସୁରକ୍ଷା କଥା ଆମେ ଉଠାଇବୁ । ଏସଏସଟି, ଓବିସି କଥା ମଧ୍ୟ ଉଠାଇବୁ । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍‌ ଅଧିବେଶନ । 

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର