ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ସଂସ୍କାର ପାଇଁ ଆସିବ ସ୍ୱତନ୍ତ୍ର ଆଇନ, ଶ୍ରୀମନ୍ଦିର ଭଳି ରହିବ ଆଇନ ବ୍ୟବସ୍ଥା

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ସଂସ୍କାର ପାଇଁ ଆସିବ ସ୍ୱତନ୍ତ୍ର ଆଇନ ।ଏ ନେଇ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧକ୍ଷ ଜଷ୍ଟିସ ଦୁର୍ଗା ପ୍ରସନ୍ନ ଚୌଧୁରୀ। ଏହି ଅବସରରେ ଜଷ୍ଟିସ କହିଛନ୍ତି କି, ମନ୍ଦିର ନିତିକାନ୍ତି, ସୁରକ୍ଷା, ସେବାୟତଙ୍କ ସୁବିଧା ଅସୁବିଧା ପ୍ରାପ୍ୟ ସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ରିପୋର୍ଟରେ ରହିଛି । ଜାନୁଆରୀ 2026ରେ ପ୍ରଥମ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର ଭଳି ଆଇନ ବ୍ୟବସ୍ଥା ମଧ୍ୟ ରହିବ । ଯଦି ନୀତି କାନ୍ତିରେ ତ୍ରୁଟି ବିଚ୍ୟୁତି ଦେଖାଯାଏ ତେବେ ଆକ୍ସନ ନିଆଯାଇ ପାରେ। 

କମିଟି ରିପୋର୍ଟରେ ଭକ୍ତ, ସେବାୟତ, ASI, ରାଜ୍ୟ ଗ୍ରନ୍ଥାଗାର, ଆଇନ ବିଶାରଦମାନଙ୍କ ମତ ରହିଛି । ଆଗାମୀ ଦିନରେ ମଧ୍ୟ ଅନେକଙ୍କ ମତ ସଂଗ୍ରହ କରାଯାଇ ଚୂଡ଼ାନ୍ତ ରିପୋର୍ଟ ଆସି ପାରେ। କମିଟି ଗଠନ ପରେ ଲିଙ୍ଗରାଜ ମନ୍ଦିରରେ ବିଶୃଙ୍ଖଳା କମିବାରେ ଲାଗିଛି । ଆଗକୁ ରିପୋର୍ଟ ଗୁଡ଼ିକ ସରକାର ଅନୁଧ୍ୟାନ କରି ଆଇନରେ ପରିଣତ କରିବେ । 

About The Author: Madhusudan Das