ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଲଞ୍ଚ ହେବ ସ୍ୱତନ୍ତ୍ର ଆପ୍: ପୁରୀ ଜିଲ୍ଲାପାଳ

ପୁରୀ: ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଭକ୍ତ ଓ ଶ୍ରଦ୍ଧାଳୁ ସୁବିଧାରେ ସୂଚନା ପାଇବା ନେଇ ସ୍ୱତନ୍ତ୍ର ଆପ ଲଞ୍ଚ କରାଯିବ। ଆଜି ପୁରୀ ସର୍କିଟ ହାଉସ ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏ ନେଇ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ୍ ଚୁଡାନ୍ତ କରିବାକୁ ପୁରୀ ଜିଲ୍ଲାପାଳ ନିର୍ଦ୍ଦେଶ […]

ପୁରୀ: ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଭକ୍ତ ଓ ଶ୍ରଦ୍ଧାଳୁ ସୁବିଧାରେ ସୂଚନା ପାଇବା ନେଇ ସ୍ୱତନ୍ତ୍ର ଆପ ଲଞ୍ଚ କରାଯିବ। ଆଜି ପୁରୀ ସର୍କିଟ ହାଉସ ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏ ନେଇ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ୍ ଚୁଡାନ୍ତ କରିବାକୁ ପୁରୀ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ସୁରକ୍ଷା ଓ ଆଇନଶୃଙ୍ଖଳା ନେଇ ଆଜିର ଏହି ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ସେହିପରି ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଟ ପୋଷ୍ଟ ପ୍ରସ୍ତୁତ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଏବଂ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି।

ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତାଗୁଡିକର ଆବଶ୍ୟକୀୟ ମରାମତି, ଡ୍ରେନ୍ ସଫେଇ ନେଇ ପୌରପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ରଥଯାତ୍ରା ସମୟରେ ପ୍ରବଳ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଦର୍ଶନ ଓ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ଉପରେ ମଧ୍ୟ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଥିବା ଏସପି କହିଛନ୍ତି। ଚଳିତ ବର୍ଷ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର AI କ୍ୟାମେରା ବ୍ୟବହାର କରାଯିବ ବୋଲି‌ ଏସପି ସୂଚନା ଦେଇଛନ୍ତି।‌ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ଏହି ବୈଠକରେ ଏସପି ବିନୀତ ଅଗ୍ରୱାଲ ଙ୍କ ସହ ଶ୍ରୀମନ୍ଦିର ପ୍ରଶାସନ ଓ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

About The Author: The Sakala