CBSE ଓ କେନ୍ଦ୍ରୀୟ ବିଦ୍ୟାଳୟ ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

The Sakala Picture
Published On

ଭୁବନେଶ୍ବର/କଟକ : ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ଦୁଇଟି ପରୀକ୍ଷା ପରିଚଳନା ସଂସ୍ଥାର ଟେକନିକ ଅନୁଧ୍ୟାନ କରାଯାଇଛି। ଆସନ୍ତା ୨୭ ତାରିଖରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷାରେ ସେମାନେ ବ୍ୟବହାର କରିଥିବା ଟେକନିକ ବ୍ୟବହାର ହେବ ବୋଲି କହିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଶ୍ରୀକାନ୍ତ […]

ଭୁବନେଶ୍ବର/କଟକ : ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ଦୁଇଟି ପରୀକ୍ଷା ପରିଚଳନା ସଂସ୍ଥାର ଟେକନିକ ଅନୁଧ୍ୟାନ କରାଯାଇଛି। ଆସନ୍ତା ୨୭ ତାରିଖରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷାରେ ସେମାନେ ବ୍ୟବହାର କରିଥିବା ଟେକନିକ ବ୍ୟବହାର ହେବ ବୋଲି କହିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଶ୍ରୀକାନ୍ତ ତରାଇ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅଁଳା ନବମୀ: ସାକ୍ଷୀଗୋପାଳ ମନ୍ଦିରରେ ମା’ ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଗତକାଲି ବୋର୍ଡ ପକ୍ଷରୁ ସେପ୍ଟେମ୍ବର ୨୭ରେ ହେବ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ନେଇ ଘୋଷଣା ହୋଇଥିଲା। ଏହପରେ ଆଜି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ପରୀକ୍ଷା କରାଯିବ। ଡିଜି ଲକର, ବକ୍ସ, ଟ୍ରଙ୍କରେ ପ୍ରଶ୍ନପତ୍ର ପୁଲିସ ସହାୟତାରେ ଯିବ। ଜିଲ୍ଲାପାଳ, ଏସପି ଓ ଡିଇଓଙ୍କ ସହାୟତାରେ ହେବ ପରୀକ୍ଷା।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ'କୁ ନେଇ ବଡ଼ ଅପଡେଟ୍: ଆନ୍ଧ୍ରରେ ଲ୍ୟାଣ୍ଡଫଲ୍ କରି ଓଡ଼ିଶା ମୁହାଁ ହୋଇପାରେ ବାତ୍ୟା !

ରାଜ୍ୟର  ୧୯୩ କେନ୍ଦ୍ରରେ ପରୀକ୍ଷା ହେବ। ୧୭ ତାରିଖରୁ ବୋର୍ଡ ୱେବସାଇଟ www.bseodisha.ac.inରେ ଆଡ଼ମିଟ କାର୍ଡ ଉପଲବ୍ଧ ହେବ। ୨୭ ଯାଏ ପରୀକ୍ଷାର୍ଥୀ ଆଡ଼ମିଟ କାର୍ଡ ଡାଉନଲୋଡ୍‌ କରିପାରିବେ।ଦୁଇଟି ସିଟିଂରେ ପେପର-୧ ଓ ପେପର-୨ ପରୀକ୍ଷା ହେବ। ପୂର୍ବାହ୍ନ ୯ ଟାରୁ ୧୧ଟା ୩୦ ଯାଏଁ ପ୍ରଥମ ପତ୍ର ପରୀକ୍ଷା ଅନୁଷ୍ଠିତ ହେବ। ଅପରାହ୍ନ ୨ ଟାରୁ ୪ଟା ୩୦ ଯାଏଁ ଦ୍ବିତୀୟ ପତ୍ର ପରୀକ୍ଷା ହେବ।

ଆହୁରି ପଢ଼ନ୍ତୁ: ସରିଲା ସାମୁଦ୍ରିକ ଝଡ଼ ‘ଅକୱାନ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା: ଆଗାମୀ ୩ ଘଣ୍ଟା ମଧ୍ୟରେ ଅଧିକ ଦୁର୍ବଳ ହେବା ସମ୍ଭାବନା

ସେପଟେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଆହୁରି ମଧ୍ୟ କହିଛନ୍ତି ଯେ ପୂର୍ବରୁ ଏଭଳି କଥା ଜାଣି ନ ପରିବାରୁ ଓଟିଇଟିରେ ଏଭଳି ବଡ଼ ଘଟଣା ହୋଇଥିଲା। ପରୀକ୍ଷା ପରିଚାଳନାରେ ଯେଉଁ ମାନେ ଅଛନ୍ତି ସେମାନଙ୍କ ଉପରେ ବି ନଜର ରହିଛି। ୨୭ରେ ହିଁ ହେବ ପରୀକ୍ଷା। ଯାହା ପ୍ରଶ୍ନପତ୍ର ପ୍ୟାଟର୍ନ ରହିଥିଲା ସେହି ଅନୁଯାୟୀ ଏବଂ ସେହି ସେଣ୍ଟରରେ ପରୀକ୍ଷା ହେବ। ବ୍ୟବସ୍ଥାରେ ଆହୁରି କିଛି ନୂଆ କଥା ଆଡ଼ କରାଯାଇଛି। ତାହା ପରବର୍ତ୍ତୀ ପର୍ଯ୍ୟାୟରେ ଅବଗତ କରାଯିବ ବୋଲି କହିଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର