ଇଂରାଜୀ ନୂଆବର୍ଷକୁ ସ୍ୱାଗତ କରିବାକୁ ପ୍ରସ୍ତୁତ ପୁରୀ, ଭକ୍ତଙ୍କୁ ଦର୍ଶନ ଦେବାକୁ ଅଧା ଅନିଦ୍ରା ହେବେ ମହାପ୍ରଭୁ

Madhusudan Das Picture
Published On

ପୁରୀ: ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ୱାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ହୋଟେଲ, ଲଜ୍‌, ଭକ୍ତନିବାସ, ହଲିଡେ ହୋମ୍‌ଗୁଡିକ ପୂରା ପ୍ୟାକ୍‌। ବୁଧବାର ରାତି ୧୨ଟାରେ ଜିରୋ ନାଇଟ୍‌ ସେଲିବ୍ରେସନ କରି ମଉଜ, ମସ୍ତିରେ ସ୍ୱାଗତ କରିବେ ନୂଆବର୍ଷ ୨୦୨୬କୁ । ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ପ୍ରସ୍ତୁତି ହୋଇଯାଇଛି ଜିଲ୍ଲା ପ୍ରଶାସନ, ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିରରେ ନୂଆବର୍ଷ ଲାଗି ସ୍ୱତନ୍ତ୍ର ଭାବେ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ନୂଆବର୍ଷରେ ସାଧାରଣ ଲୋକଙ୍କ ଦର୍ଶନ ପାଇଁ ମହାପ୍ରଭୁଙ୍କୁ ଅଧା ଅନିଦ୍ରା ହେବେ। ବୁଧବାର ଅର୍ଥାତ ଡ଼ିସେମ୍ବର ୩୧ ରାତି ୧୧ଟା ସୁଦ୍ଧା ରାତ୍ର ପହୁଡ଼ ହେବ ଓ ରାତି ୨ଟାରେ ଦ୍ୱାରଫିଟା ଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ନୂଆବର୍ଷ ପାଇଁ ଅର୍ଦ୍ଧରାତ୍ରିରୁ ମନ୍ଦିର ଖୋଲି ମହାପ୍ରଭୁଙ୍କୁ ଅନିଦ୍ରା ନ ରଖିବା ଲାଗି ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ ଗଜପତି ମହାରାଜା, ଆଇନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। କିନ୍ତୁ ଛତିଶା ନିଯୋଗ ପୂର୍ବରୁ ନିର୍ଘଣ୍ଟ କରିଥିବା ନୀତିକାନ୍ତି ଅନୁଯାୟୀ ନୀତି କରାଯିବ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଅନ୍ୟପଟେ ଆଜି ଓ ୧ତାରିଖ ପାଇଁ ଭିଡ଼କୁ ଆଖିରେ ରଖି ପୁରୀ ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି ହୋଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ମାର୍କେଟ ଛକଠାରୁ NO VEHICLE ZONE ହେବ। ବଡ଼ଦାଣ୍ଡରେ ଲମ୍ବା ବ୍ୟାରିକେଡ୍ କରାଯାଇଛି ଯେପରି ଭକ୍ତମାନେ ଶୃଙ୍ଖଳିତ ଭାବେ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ ଓ ଅନ୍ୟ ତିନୋଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ଓ ସୁବିଧାର ବ୍ୟବସ୍ଥା କରାଯାଇଛି । ପୁରୀ ଭିଡ଼ ପାଇଁ ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ଦିଆଯାଇଛି । ପ୍ରବଳ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ୨୦ ଜଣ ଅଧିକାରୀଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । 

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର