ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ସ୍ୱତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର: କମିଶନରେଟ ପୁଲିସ ଅଧୀନରେ ଥିବା ସମସ୍ତ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିଶନର ଅବିନାଶ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା, ବିଏମସି କମିଶନର ରାଜେଶ ପାଟିଲ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଉପସ୍ଥିତ ଥିଲେ। ଭୁବନେଶ୍ୱର ୟୁପିଡିର ସମସ୍ତ ଥାନା ଅଧିକାରୀ, ଜୋନ ଏସିପି ଏବଂ ତହସିଲଦାର, ବିଡ଼ିଓ, ଏବ ଅବକାରୀ […]

ଭୁବନେଶ୍ୱର: କମିଶନରେଟ ପୁଲିସ ଅଧୀନରେ ଥିବା ସମସ୍ତ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ପରିଚାଳନା ନେଇ ପୁଲିସ ସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା, ଅତିରିକ୍ତ ପୁଲିସ କମିଶନର ଅବିନାଶ କୁମାର, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା, ବିଏମସି କମିଶନର ରାଜେଶ ପାଟିଲ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଉପସ୍ଥିତ ଥିଲେ। ଭୁବନେଶ୍ୱର ୟୁପିଡିର ସମସ୍ତ ଥାନା ଅଧିକାରୀ, ଜୋନ ଏସିପି ଏବଂ ତହସିଲଦାର, ବିଡ଼ିଓ, ଏବ ଅବକାରୀ ଅଧିକାରୀ ଏଥିରେ ସାମିଲ ହୋଇଥିଲେ । କେଉଁଭଳି ଭାବେ ନିର୍ବାଚନ ପରିଚାଳନା ହେବ ସେନେଇ ହୋଇଛି ଆଲୋଚନା । ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ଗଠନ କରାଯିବ ସ୍ୱତନ୍ତ୍ର ଟିମ । ମଡେଲ କୋଡ ଅଫ କଣ୍ଡକ୍ଟ ଲାଗୁହେବା ପରେ ସ୍ୱଚ୍ଛ ଓ ଅବାଧ ନିର୍ବାଚନ କରାଇବା ପାଇଁ ଏହି ସ୍ୱତନ୍ତ୍ର ଟିମ କାମ କରିବ।

ରାସ୍ତା ଘାଟରୁ ହଟିବ ରାଜନୈତିକ ଦଳ ମାନଙ୍କର ପ୍ରଚାର ପୋଷ୍ଟର। ବିଏମସି ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ପଦକ୍ଷେପ ନିଆଯିବ । ପବ୍ଲିକ ପ୍ଲେସରୁ ସମସ୍ତ ବିଜ୍ଞାପନକୁ ହଟାଯିବା ସହ ଆବଶ୍ୟକ ପଡ଼ିଲେ ଜିଲ୍ଲାପାଳଙ୍କ ପକ୍ଷରୁ ସ୍ୱତନ୍ତ୍ର ଗାଇଡ଼ ଲାଇନ କରାଯିବ ଓ ବିଏମସି ପକ୍ଷରୁ ତାକୁ କାର୍ଯ୍ୟକାରୀ କରାଯିବ। ଶୋଭାଯାତ୍ରା, ସାଧାରଣ ସଭା, ପ୍ରଚାର ସମୟରେ ଗାଇଡଲାଇନକୁ କେମିତି ଅନୁସରଣ କରାଯିବ ସେନେଇ ଟ୍ରେନିଂ ଦିଆଯିବ । ଭୁବନେଶ୍ୱର ଓ କଟକରେ ସ୍ଵତନ୍ତ୍ର କେନ୍ଦ୍ରୀୟ ଫୋର୍ସ ଆସି ପହଁଚି ସାରିଛି । କମିଶନରେଟ ପୋଲିସ ମଧ୍ୟ ସ୍ଵତନ୍ତ୍ର ଟିମ ଗଠନ କରିସାରିଛି ।ନିର୍ବାଚନ ତଦାରଖ ପାଇଁ ସ୍ୱତନ୍ତ୍ର ଫ୍ଲାଇଙ୍ଗ ସ୍କ୍ୱାଡ୍ ଗଠନ ହୋଇଛି । ସ୍ୱଚ୍ଛ ଓ ଅବାଧ ନିର୍ବାଚନ କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ଦିଆଯାଇଛି ସ୍ଵତନ୍ତ୍ର ଟ୍ରେନିଂ।

About The Author: The Sakala