ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମେଳନ: ବିକଶିତ ଭାରତ ପାଇଁ ପ୍ରବାସୀ ଭାରତୀୟଙ୍କ ରହିଛି ଅନେକ ଅବଦାନ – ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନରେ ଆଜିଠୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ। ଶୁଭାରମ୍ଭ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ। ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଥିଲେ, ବିକଶିତ ଭାରତ […]

ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନରେ ଆଜିଠୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ଦିବସ। ଶୁଭାରମ୍ଭ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଆଜି ନିଜ ଅଭିଭାଷଣରେ କେନ୍ଦ୍ରମନ୍ତ୍ରୀ ଜୟଶଙ୍କର କହିଥିଲେ, ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। କୋଭିଡ ସମୟରେ ଭାରତ ନିଜସ୍ୱ ଟିକା ତିଆରି କରିଥିଲା। ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା। ବହୁତ ଯୁଗାନ୍ତକାରୀ ଯୋଜନା ଲୋକଙ୍କ ଜୀବନଧାରଣ ମାନକୁ ବଦଳାଇଛି। ସ୍ୱଚ୍ଛ ଭାରତ, ଆବାସ, ବେଟି ବଚାଅ ବେଟି ପଢ଼ାଅ ଏହାର ଉଦାହରଣ ବୋଲି କହିଛନ୍ତି ଜୟଶଙ୍କର।ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚରାଲ ଆମ୍ବାସଡର। ବିକଶିତ ଭାରତରେ ପ୍ରବାସୀ ଭାରତୀୟଙ୍କ ଅନେକ ଅବଦାନ ରହିଛି। ପ୍ରବାସୀ ଭାରତୀୟ ଦିବସର ପ୍ରଥମ ଦିନରେ ନିଜ ସମ୍ବୋଧନରେ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ନିଜ ଅଭିଭାଷଣ ଆରମ୍ଭରେ ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ପ୍ରଥମେ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ। ସେ କହିଥିଲେ, ଓଡ଼ିଶାର ସଂସ୍କୃତି, ଐତିହ୍ୟ ସ୍ୱତନ୍ତ୍ର। ଆଇଟି ଓ ଦକ୍ଷତା ବିକାଶ କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା। ଟେକ୍ନୋଲୋଜି, ଅକ୍ଷୟଶକ୍ତି, ଶିକ୍ଷା ଓ ପର୍ଯ୍ୟଟନ କ୍ଷେତ୍ରରେ ବହୁତ ସମ୍ଭାବନା ରହିଛି। କୋଣାର୍କ ସୂର୍ଯ୍ୟମନ୍ଦିର, ପୁରୀ ଶ୍ରୀମନ୍ଦିର ସହ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରନ୍ତୁ। ଏହାଦ୍ୱାରା ଓଡ଼ିଶା ସହ ଆପଣଙ୍କର ସମ୍ପର୍କ ଆହୁରି ମଜଭୁତ ହେବ। ଏକାଠି କାମ କଲେ ଆମେ ଆହୁରି ସଶକ୍ତ ହେବା ଓ ବିକଶିତ ଭାରତ ଗଠନ ହେବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ଦେଶର ବିକାଶରେ କେମିତି ପ୍ରବାସୀଙ୍କ ଭାଗିଦାରୀ ବଢିବ ସେନେଇ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ଯୁବ ବ୍ୟାପର ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଦେଶ ହିତରେ ଯୋଗଦାନ ପାଇଁ ସେ ପ୍ରବାସୀଙ୍କୁ ଅନୁରୋଧ କରିଛନ୍ତି । ଦେଶରେ ଏବେ ୨୦ ଜଣ ନାଗରିକରୁ ୧୩ ଯୁବକ । ଦେଶ ବିକାଶରେ ଯୁବକମାନଙ୍କ ଭାଗିଦାରୀ ଗୁରୁତ୍ୱପୂର୍ଣ୍ଣ। ଏହି ଯୁବକମାନେ ଆଗାମୀ ଦିନର ଭବିଷ୍ୟତ। ପ୍ରବାସୀ ଭାରତୀୟ ଦିବସ ଅବସରରେ ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ। ଏଥିରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର