ସୁବର୍ଣ୍ଣରେଖାରେ ମାଡି ଆସୁଛି ବଡ଼ ବନ୍ୟା, ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସ୍‌ଆରସି କ୍ଷମତା

The Sakala Picture
Published On

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରିବା ପରେ ପଶ୍ଚିମ ଓ ଉପକୂଳ ଓଡ଼ିଶାର ଲୋକ ଆଶ୍ବସ୍ତ ହୋଇଥିବା ବେଳେ ଏବେ ଉତ୍ତର ଓଡ଼ିଶାରେ ଭୟଙ୍କର ବନ୍ୟା ମାଡି ଆସୁଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକ ଫୁଲିବା ସହ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛନ୍ତି। ସେପେଟ ଝାରଖଣ୍ଡରେ ପ୍ରବଳ ବର୍ଷା କାରଣରୁ ଗାଲୁଢ଼ି ବ୍ୟାରେଜରେ ୬ ଲକ୍ଷ କ୍ୟୁସେକ ପାଣି […]

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରିବା ପରେ ପଶ୍ଚିମ ଓ ଉପକୂଳ ଓଡ଼ିଶାର ଲୋକ ଆଶ୍ବସ୍ତ ହୋଇଥିବା ବେଳେ ଏବେ ଉତ୍ତର ଓଡ଼ିଶାରେ ଭୟଙ୍କର ବନ୍ୟା ମାଡି ଆସୁଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକ ଫୁଲିବା ସହ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛନ୍ତି। ସେପେଟ ଝାରଖଣ୍ଡରେ ପ୍ରବଳ ବର୍ଷା କାରଣରୁ ଗାଲୁଢ଼ି ବ୍ୟାରେଜରେ ୬ ଲକ୍ଷ କ୍ୟୁସେକ ପାଣି ସୁବର୍ଣ୍ଣରେଖା ନଦୀକୁ ଆସୁଛି। ଯାହା ଫଳରେ ସୁବର୍ଣ୍ଣରେଖା ଅଵବାହିକାରେ ପ୍ରବଳ ବନ୍ୟା ହେବାର ଆଶଙ୍କା ରହିଛି।ମୟୁରଭଞ୍ଜର କିଛି ସ୍ଥାନ, ବାଲେଶ୍ଵରର ବାଲେଶ୍ଵର, ଭୋଗରାଇ ଓ ବସ୍ତା ଅଞ୍ଚଳ ପ୍ରଭାବିତ ହେବ। ଏଭଳି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସୁବର୍ଣ୍ଣରେଖାରେ ୨୦୦୮ରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି। ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି। ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ରହିବ। ପ୍ରବଳ ବନ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ୪୦ଟି ଟିମ୍ ମୁତୟନ ହେବେ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଅନ୍ୟପଟେ ସୁବର୍ଣ୍ଣରେଖା ନଦୀ ଅବବାହିକାରେ ବନ୍ୟା ନିଶ୍ଚିତ ବୋଲି ସ୍ପଷ୍ଟ ହେବା ପରେ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବନ୍ୟା ପରିଚାଳନା ପାଇଁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ଦିଆଯାଇଛି। ବାଲେଶ୍ୱର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର କ୍ଷମତା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆଶଙ୍କାରେ ନିଆଯାଇଛି ଏହି ପଦକ୍ଷେପ । ଉଦ୍ଧାର କାର୍ୟ୍ୟରେ ସ୍ୱତନ୍ତ୍ର ହେଲିକପ୍ଟରର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁଁ ବାଲେଶ୍ବର ଓ ମୟୂରଭଞ୍ଜ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

21 Aug 2022 By The Sakala

ସୁବର୍ଣ୍ଣରେଖାରେ ମାଡି ଆସୁଛି ବଡ଼ ବନ୍ୟା, ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସ୍‌ଆରସି କ୍ଷମତା

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରିବା ପରେ ପଶ୍ଚିମ ଓ ଉପକୂଳ ଓଡ଼ିଶାର ଲୋକ ଆଶ୍ବସ୍ତ ହୋଇଥିବା ବେଳେ ଏବେ ଉତ୍ତର ଓଡ଼ିଶାରେ ଭୟଙ୍କର ବନ୍ୟା ମାଡି ଆସୁଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକ ଫୁଲିବା ସହ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛନ୍ତି। ସେପେଟ ଝାରଖଣ୍ଡରେ ପ୍ରବଳ ବର୍ଷା କାରଣରୁ ଗାଲୁଢ଼ି ବ୍ୟାରେଜରେ ୬ ଲକ୍ଷ କ୍ୟୁସେକ ପାଣି ସୁବର୍ଣ୍ଣରେଖା ନଦୀକୁ ଆସୁଛି। ଯାହା ଫଳରେ ସୁବର୍ଣ୍ଣରେଖା ଅଵବାହିକାରେ ପ୍ରବଳ ବନ୍ୟା ହେବାର ଆଶଙ୍କା ରହିଛି।ମୟୁରଭଞ୍ଜର କିଛି ସ୍ଥାନ, ବାଲେଶ୍ଵରର ବାଲେଶ୍ଵର, ଭୋଗରାଇ ଓ ବସ୍ତା ଅଞ୍ଚଳ ପ୍ରଭାବିତ ହେବ। ଏଭଳି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା।

ସୁବର୍ଣ୍ଣରେଖାରେ ୨୦୦୮ରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି। ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି। ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ରହିବ। ପ୍ରବଳ ବନ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ୪୦ଟି ଟିମ୍ ମୁତୟନ ହେବେ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି।

ଅନ୍ୟପଟେ ସୁବର୍ଣ୍ଣରେଖା ନଦୀ ଅବବାହିକାରେ ବନ୍ୟା ନିଶ୍ଚିତ ବୋଲି ସ୍ପଷ୍ଟ ହେବା ପରେ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବନ୍ୟା ପରିଚାଳନା ପାଇଁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ଦିଆଯାଇଛି। ବାଲେଶ୍ୱର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର କ୍ଷମତା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆଶଙ୍କାରେ ନିଆଯାଇଛି ଏହି ପଦକ୍ଷେପ । ଉଦ୍ଧାର କାର୍ୟ୍ୟରେ ସ୍ୱତନ୍ତ୍ର ହେଲିକପ୍ଟରର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁଁ ବାଲେଶ୍ବର ଓ ମୟୂରଭଞ୍ଜ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି।

https://www.thesakala.in/latest-odisha-news/src-issues-high-alert-for-possible-flood-in-the-subarnarekha/article-14312
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର