ନିର୍ବାଚନ ସମୟ ହୋଇଥିବାରୁ ଗ୍ରୀଷ୍ମପ୍ରବାହ ନେଇ ଅଧିକ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ସାଧାରଣ ନିର୍ବାଚନ ୨୦୨୪ ବେଳେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ଏସଆରସି । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି । ପାନୀୟ ଜଳର ବ୍ୟବସ୍ଥା, […]

ଭୁବନେଶ୍ବର: ସାଧାରଣ ନିର୍ବାଚନ ୨୦୨୪ ବେଳେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ଏସଆରସି । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ପାନୀୟ ଜଳର ବ୍ୟବସ୍ଥା, ସାମୟିକ ଆଶ୍ରୟସ୍ଥଳୀ ନିର୍ମାଣ, ଶ୍ରମ ସମୟ ହ୍ରାସ କରିବା, ସ୍କଲୁ ଓ କଲେଜରେ ଶିକ୍ଷାଦାନ ସମୟ ହ୍ରାସ କରିବା, ଜରୁରୀକାଳିନ ଓ ଡାକ୍ତରୀ ସେବା ଯୋଗାଇବା ଉପରେ ଗୁରୁତ୍ବ ଦେଇଛନ୍ତି ଏସଆରସି । ନିର୍ବାଚନ ଋତୁ ଆରମ୍ଭ ହୋଇଯାଇଥିବାରୁ ରାଲି ସମୟରେ ସତର୍କତା ଗ୍ରହଣ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସେହିପରି କେନ୍ଦ୍ର ଗୃହ ମନ୍ତ୍ରାଳୟର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତ୍ୟେକ ରାଜ୍ୟମାନଙ୍କୁ ଗ୍ରୀଷ୍ମପ୍ରବାହ ନେଇ ମଧ୍ୟ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

 

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର