ବାତ୍ଯା ‘ଅସାନି’ ପ୍ରଭାବ: ଅଶାନ୍ତ ହେଉଛି ସମୁଦ୍ର, କାଲିଠୁ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟ ଉପକୂଳର ସମୁଦ୍ର ଏବେ ଅଶାନ୍ତ ହେବାରେ ଲାଗିିଛି। ପୁରୀ ଠାରୁ ଉତ୍ତର-ଉତ୍ତର-ପୂର୍ବ ଦିଗରେ ୫୫୦ରୁ ୫୫୮  କିମି ଦୂରରେ ବାତ୍ୟା ‘ଅସାନି’ ରହିଥିବା ବେଳେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୬କିମିରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ଏହାର ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ […]

ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟ ଉପକୂଳର ସମୁଦ୍ର ଏବେ ଅଶାନ୍ତ ହେବାରେ ଲାଗିିଛି। ପୁରୀ ଠାରୁ ଉତ୍ତର-ଉତ୍ତର-ପୂର୍ବ ଦିଗରେ ୫୫୦ରୁ ୫୫୮  କିମି ଦୂରରେ ବାତ୍ୟା ‘ଅସାନି’ ରହିଥିବା ବେଳେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୬କିମିରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଏହାର ଉତ୍ତର-ପଶ୍ଚିମ ଦିଗରେ ଗତିପଥ ବଜାୟ ରଖିବା ସହ ୧୦ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି । ଏହା ପରବର୍ତୀ ସମୟରେ ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତିକରିବା ସହ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବ। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ ଅସାନି । ଏହା ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ରିକର୍ଭ କରିବ ବାତ୍ୟା । ରିକର୍ଭ ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବା ସମ୍ଭାବନା ରହିଛି । ସ୍ଥଳଭାଗ ନ ଛୁଇଁ ସମୁଦ୍ର କୂଳେ କୂଳେ ସମାନ୍ତରାଳ ଭାବେ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ବାତ୍ଯାର ପ୍ରଭାବରେ ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବା ସହ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ବାଲେଶ୍ଵର,ଭଦ୍ରକ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖରୁ କମିବ ବର୍ଷା। ପବନର ବେଗ ବଢ଼ିବ । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୫ ରୁ ୧୧୫ କିଲୋମିଟର ଏବଂ ଝଟକା ପବନ ଘଣ୍ଟାପ୍ରତି ୧୨୫ କିଲୋମିଟର ପର୍ୟ୍ୟନ୍ତ ବହିବା ସମ୍ଭାବନା ରହିଛି।

ଉପକୂଳବର୍ତ୍ତୀ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ଏବଂ ଝଟକା ପବନ ୬୦ କିମି ବେଗରେ ପବନ ସମ୍ଭାବନା ଥିବାରୁ ଗୋପାଳପୁର, ଧାମରା, ପାରାଦୀପ ଏବଂ ପୁରୀ ସିଗନାଲ ବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର