ଆସନ୍ତାକାଲି ଶ୍ରୀମନ୍ଦିରରେ ୨ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ୨ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ସନ୍ଧ୍ଯା ୬ଟା ଯାଏ ଭକ୍ତଙ୍କୁ ଶ୍ରୀମନ୍ଦିର ବାରଣ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ […]

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ୨ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ସନ୍ଧ୍ଯା ୬ଟା ଯାଏ ଭକ୍ତଙ୍କୁ ଶ୍ରୀମନ୍ଦିର ବାରଣ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନା ଅନୁଯାୟୀ, ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ଦିଲ୍ଲୀରୁ ବାହାରିବେ । ଅପରାହ୍ନ ୨ଟା୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିବେ ରାଷ୍ଟ୍ରପତି । ତେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦର ଯିବେ । ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ବିମାନବନ୍ଦରରେ ଉପସ୍ଥିତ ରହିବେ ।

ଆସନ୍ତାକାଲି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ ରାଷ୍ଟ୍ରପତି । ଏକ ସ୍ୱତନ୍ତ୍ର କାରକେଡରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ପୁରୀରେ ରାତ୍ରୀଯାପନ ପରେ ୨୦ ତାରିଖ ବଡ଼ଦାଣ୍ଡ ସ୍ଥିତ ଗୌଡିୟ ମଠରେ ଆୟୋଜିତ କାର୍ୟ୍ୟକ୍ରମରେ ସାମିଲ୍ ହେବେ। ସେଠାରୁ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ୍ ହେବାର କାର୍ୟ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେହିଦିନ ନିର୍ବାଚନ ଥିବାରୁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି ପୁରୀ ଜିଲ୍ଲା ପ୍ରଶାସନ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ । ସେପଟେ ଗୌଡିୟ ମଠ ପରିସରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭାବେ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସୁଛନ୍ତି।

 

About The Author: The Sakala