ଆସନ୍ତା ୧୧ ଓ ୧୨ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି

ପୁରୀ: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ। ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। 

ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିବସ ଏବଂ ରବିବାର ଠାକୁରଙ୍କ ହଳଦୀ ପାଣି ନୀତି ରହିଛି। ଏଣୁ ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଛି। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତା ୧୧ ତାରିଖରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ। ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

About The Author: Madhusudan Das