ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୩୦ ତାରିଖ (ବୁଧବାର), ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ଉପରେ କଟକଣା ଲଗାଯାଇଛି।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ପୁଲିସକୁ ବଡ ସଫଳତା: ୪୫ ଲକ୍ଷ ଟଙ୍କାର ଗୁଟ୍‌ଖା-ତମାଖୁ ସହ ନଗଦ ୨.୯୪ ଲକ୍ଷ ଟଙ୍କା ଜବତ, ୩ ଗିରଫ

ବନକଲାଗି ନୀତିକୁ ଶ୍ରୀମୁଖ ଶୃଙ୍ଗାର ମଧ୍ୟ କୁହାଯାଏ, ଯାହାକି ଶ୍ରୀମନ୍ଦିରର ଅନ୍ୟତମ ପବିତ୍ର ତଥା ଗୁପ୍ତ ନୀତି ଅଟେ। ଏହି ସମୟରେ ରତ୍ନସିଂହାସନରେ ବିରାଜମାନ ପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କ ଶ୍ରୀମୁଖକୁ ପ୍ରାକୃତିକ ରଙ୍ଗରେ ସୁସଜ୍ଜିତ କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗିର ଅସଲ ସମୟ ଧାର୍ଯ୍ୟ ହେବ । ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

ଆହୁରି ପଢ଼ନ୍ତୁ: MMDR ବିଲ୍ ପ୍ରତ୍ୟାହାର ଦାବିରେ ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ବିଧାନସଭା ଅପରାହ୍ନ ୪ଟା ଯାଏଁ ମୁଲତବୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର