ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ପ୍ରତିକ୍ରିୟା: ‘ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁଙ୍କ ଭାଷା’

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ମାନ୍ୟବର ସୁପ୍ରିମକୋର୍ଟ । ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ନାହିଁ ଖଣ୍ଡପୀଠ । ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାକୁ ରଦ୍ଦ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଭକ୍ତଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ମାମଲାକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟର ବହୁମୂଲ୍ୟ ସମୟ ନଷ୍ଟ କରିଥିବାରୁ ଦୁଇ ଆବେଦନକାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ […]

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ମାନ୍ୟବର ସୁପ୍ରିମକୋର୍ଟ । ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ନାହିଁ ଖଣ୍ଡପୀଠ । ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାକୁ ରଦ୍ଦ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଭକ୍ତଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ମାମଲାକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟର ବହୁମୂଲ୍ୟ ସମୟ ନଷ୍ଟ କରିଥିବାରୁ ଦୁଇ ଆବେଦନକାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା । କୋର୍ଟଙ୍କ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଆଉ ସୁପ୍ରିମକୋର୍ଟଙ୍କ ଏହି ରାୟ ଆସିବା ପରେ ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ପୁରୀ ସାଂସଦ ପିନାକୀ ମିଶ୍ର ଟ୍ୱିଟ୍ କରି କହିଛନ୍ତି କି, କୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥଙ୍କ ଭାଷା । ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ । ଏଥିପାଇଁ ପରିକ୍ରମା ପ୍ରକଳ୍ପ ଜରିଆରେ ଏକାଧିକ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି । ସବୁ ରାଜନୈତିକ ଦଳକୁ ସାଙ୍ଗରେ ନେଇ ପୁରୀର ବିକାଶ କରାଯାଉଛି । ପ୍ରକଳ୍ପର ଶିଳାନ୍ୟାସ ପାଇଁ ସବୁ ରାଜନୈତିକ ଦଳର ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା । ତେଣୁ ପୁରୀର ବିକାଶକୁ ନେଇ ରାଜନୀତି କରାନଯାଉ ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ପୁରୀକୁ ଏକ ବିଶ୍ବସ୍ତରୀୟ ଐତିହ୍ୟ ସ୍ଥଳରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମର ଯଥାର୍ଥତା ପ୍ରମାଣିତ ହୋଇଛି ବୋଲି କହିଛନ୍ତି ପୁରୀ ସାଂସଦ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାଜନୀତିରୁ ଉପରେ । ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ସବୁ ରାଜନୈତିକ ଦଳକୁ ନିମନ୍ତ୍ରଣ କରାଯାଇଥିଲା । ଏହି ପବିତ୍ର ଉଦ୍ୟମରେ ବ୍ୟକ୍ତିଗତ ସ୍ବାର୍ଥ ହାସଲ ପାଇଁ ରାଜନୀତି ନ କରିବାକୁ ଅପିଲ କରିଛନ୍ତି ପିନାକୀ ମିଶ୍ର  ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ରାଜ୍ୟ ସରକାରଙ୍କ ଯୁକ୍ତିକୁ ଯଥାର୍ଥ ବୋଲି ଦର୍ଶଇଛନ୍ତି କୋର୍ଟ । ଭକ୍ତଙ୍କ ପାଇଁ ହେଉଥିବା ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ ଭାବେ ରୋକାଯାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଆବେଦନକାରୀ ନିଜସ୍ୱ ପ୍ରଚାର ପାଇଁ କୋର୍ଟରେ ଏପରି ଜନସ୍ୱାର୍ଥ ମାମଲା ଦାଏର କରିଛନ୍ତି । ତେଣୁ ଅଯଥାରେ କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

03 Jun 2022 By The Sakala

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ସାଂସଦ ପିନାକୀ ମିଶ୍ରଙ୍କ ପ୍ରତିକ୍ରିୟା: ‘ସୁପ୍ରିମକୋର୍ଟଙ୍କ ମୁହଁରେ ମହାପ୍ରଭୁଙ୍କ ଭାଷା’

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କଲେ ମାନ୍ୟବର ସୁପ୍ରିମକୋର୍ଟ । ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ନାହିଁ ଖଣ୍ଡପୀଠ । ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାକୁ ରଦ୍ଦ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଭକ୍ତଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ମାମଲାକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟର ବହୁମୂଲ୍ୟ ସମୟ ନଷ୍ଟ କରିଥିବାରୁ ଦୁଇ ଆବେଦନକାରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା । କୋର୍ଟଙ୍କ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଆଉ ସୁପ୍ରିମକୋର୍ଟଙ୍କ ଏହି ରାୟ ଆସିବା ପରେ ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।

ପୁରୀ ସାଂସଦ ପିନାକୀ ମିଶ୍ର ଟ୍ୱିଟ୍ କରି କହିଛନ୍ତି କି, କୋର୍ଟଙ୍କ ମୁହଁରେ ମହାପ୍ରଭୁ ଜଗନ୍ନାଥଙ୍କ ଭାଷା । ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ । ଏଥିପାଇଁ ପରିକ୍ରମା ପ୍ରକଳ୍ପ ଜରିଆରେ ଏକାଧିକ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି । ସବୁ ରାଜନୈତିକ ଦଳକୁ ସାଙ୍ଗରେ ନେଇ ପୁରୀର ବିକାଶ କରାଯାଉଛି । ପ୍ରକଳ୍ପର ଶିଳାନ୍ୟାସ ପାଇଁ ସବୁ ରାଜନୈତିକ ଦଳର ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା । ତେଣୁ ପୁରୀର ବିକାଶକୁ ନେଇ ରାଜନୀତି କରାନଯାଉ ।

ପୁରୀକୁ ଏକ ବିଶ୍ବସ୍ତରୀୟ ଐତିହ୍ୟ ସ୍ଥଳରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମର ଯଥାର୍ଥତା ପ୍ରମାଣିତ ହୋଇଛି ବୋଲି କହିଛନ୍ତି ପୁରୀ ସାଂସଦ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାଜନୀତିରୁ ଉପରେ । ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ସବୁ ରାଜନୈତିକ ଦଳକୁ ନିମନ୍ତ୍ରଣ କରାଯାଇଥିଲା । ଏହି ପବିତ୍ର ଉଦ୍ୟମରେ ବ୍ୟକ୍ତିଗତ ସ୍ବାର୍ଥ ହାସଲ ପାଇଁ ରାଜନୀତି ନ କରିବାକୁ ଅପିଲ କରିଛନ୍ତି ପିନାକୀ ମିଶ୍ର  ।

ରାଜ୍ୟ ସରକାରଙ୍କ ଯୁକ୍ତିକୁ ଯଥାର୍ଥ ବୋଲି ଦର୍ଶଇଛନ୍ତି କୋର୍ଟ । ଭକ୍ତଙ୍କ ପାଇଁ ହେଉଥିବା ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ ଭାବେ ରୋକାଯାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଆବେଦନକାରୀ ନିଜସ୍ୱ ପ୍ରଚାର ପାଇଁ କୋର୍ଟରେ ଏପରି ଜନସ୍ୱାର୍ଥ ମାମଲା ଦାଏର କରିଛନ୍ତି । ତେଣୁ ଅଯଥାରେ କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର