ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। […]

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରାଯାଇ ସାରିଛି। ଆଜି ସକାଳୁ ନିମନ୍ତ୍ରଣ ବାର୍ତ୍ତା ଓ ପତ୍ର ନେଇ ଏକ ଟିମ୍‌ ପ୍ରଥମେ ଏକାମ୍ର କ୍ଷେତ୍ରାଧିପତି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପାଇଁ ଭୁବନେଶ୍ୱରରେ ପହଞ୍ଚିଥିଲେ। ଆଜି ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଭୁ ଲିଙ୍ଗରାଜଙ୍କୁ ଦିଆଯାଇଛି। ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ସେବାୟତ ପ୍ରତିନିଧି ଟିମ୍ । ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଗୋଟେ ଚାଉଳ ଗୋଟେ ଗୁଆ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ରାଜ୍ୟ ମଧ୍ୟରେ ପ୍ରମୁଖ ଧାର୍ମିକ ପୀଠ ଓ ଜଗନ୍ନାଥମନ୍ଦିରଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୧୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ଜଣେ ନୋଡାଲ୍‌ ଅଫିସର ଓ ୩ ଜଣ ଲେଖାଏଁ ସେବାୟତ ରହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ପ୍ରମୁଖ ଧାର୍ମିକ ପୀଠ, ପ୍ରମୁଖ ଜଗନ୍ନାଥ ମନ୍ଦିର, ପ୍ରଭୁ ଜଗନ୍ନାଥଙ୍କ ଲୀଳାଶ୍ରୀକ୍ଷେତ୍ର, ନବକଳେବର ଦାରୁକ୍ଷେତ୍ରରେ ଏହି ପ୍ରତିନିଧିଦଳ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଅନୁରୂପ ଭାବରେ ଦେଶର ବିଭିନ୍ନ ଅଞ୍ଚଳରେ ପ୍ରମୁଖ ଧାର୍ମିକ ପୀଠ ଓ ଧର୍ମଗୁରୁଙ୍କୁ ନିମନ୍ତ୍ରଣ ନିମନ୍ତେ ୧୭ଟି ଟିମ୍‌ରେ ୮୫ ଜଣ ସଦସ୍ୟ ରହିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀ, ମୁମ୍ବାଇ, ନାସିକ୍‌, ଜାମ୍ମୁ, କାଠମାଣ୍ଡୁ, ବିଶାଖାପାଟଣା, ଥିରୁଅନନ୍ତପୁରମ୍‌, ବିଜୟୱାଡ଼ା, ଚେନ୍ନଇ, ମଦୁରାଇ, ଡେରାଡ଼ୁନ୍‌, ଅହମ୍ମଦାବାଦ, ବନାରସ, ଇନ୍ଦୋର, କୋଲକାତା, ବେଙ୍ଗାଲୁରୁ ଆଦି ସହରକୁ ଯାତ୍ରା କରିବେ। ସେଠାରୁ ସମ୍ପୃକ୍ତ ଅଞ୍ଚଳର ଧାର୍ମିକ ପୀଠଗୁଡ଼ିକୁ ଯାତ୍ରା କରି ନିମନ୍ତ୍ରଣପତ୍ର ଦେବେ। ନିମନ୍ତ୍ରଣପତ୍ର ସହିତ ମନ୍ଦିର ପ୍ରଶାସନର ଚିଠି, ଭୋଗ ପେଡ଼ି ଓ ଓଲାଗି ବାନା ମଧ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

 

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର