ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ଶନିବାର ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବାର ସମ୍ଭାବନା ରହିଛି। କ୍ୟାବିନେଟ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ଏଥିରେ କାମଚଳା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ ଗୁରୁତ୍ୱପୂର୍ଣ୍ଣ ବହନ […]

ଭୁବନେଶ୍ୱର: ଶନିବାର ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବାର ସମ୍ଭାବନା ରହିଛି। କ୍ୟାବିନେଟ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ଏଥିରେ କାମଚଳା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ ଗୁରୁତ୍ୱପୂର୍ଣ୍ଣ ବହନ କରୁଛି।

About The Author: The Sakala