ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର, ଗୋପାଳପୁରରେ ହେବ ଶିଳ୍ପ କରିଡର

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଂଜୁରୀ ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଂଜୁରୀ ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ଭୁବନେଶ୍ବର, ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ପୂର୍ବ ବ୍ୟବସ୍ଥା ଅନୁଯାୟୀ ଏସବୁ ଭୂମିହୀନ ପୁରୀ ପୌରସଂସ୍ଥା ଅଧୀନରେ ଲିଜ୍ ସୂତ୍ରରେ ଜମି ପାଇଥିଲେ । ସେହିପରି ଚୌଦ୍ୱାର ଓ ସମ୍ବଲପୁରରେ ୱେଲ୍ସସ୍ପୁନ ପ୍ରକଳ୍ପ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଦିଆଯିବ। ସରକାରୀ ସ୍କୁଲର ମାନ୍ୟତା ପାଇବ କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ। ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ହେବ ସଂଶୋଧନ । ଏଥିସହ MSME ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ହେବ ସଂଶୋଧନ। ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ସେହିପରି ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ କରାଯିବା ନେଇ ପରିବହନ ବିଭାଗ ଏକ ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି । ସ୍କ୍ରାପ୍‌ କରିବାକୁ ଇଚ୍ଛୁକ ଗାଡ଼ି ମାଲିକଙ୍କ ଜରିମାନା ଓ ଟିକସ ଛାଡ଼ ହେବ । ଟିକସ ଦେଇ ଗାଡ଼ି ଚଳାଇବାକୁ ଇଚ୍ଛା କଲେ, ଜରିମାନା ସଂପୂର୍ଣ୍ଣ ଛାଡ଼ କରାଯିବ।  ଜରିମାନା ଛାଡ଼ ସହ ଗାଡ଼ିର ବୟସ ଅନୁଯାୟୀ ଟିକସକୋହଳ ହେବ ବୋଲି ନିଷ୍ପତ୍ତି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର