ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଆସିପାରେ ୧୨ରୁ ଊର୍ଦ୍ଧ୍ବ ପ୍ରସ୍ତାବ

ଭୁବନେଶ୍ୱର: ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍‌‌ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଊର୍ଦ୍ଧ୍ବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ରାଜ୍ୟ ସରକାରଙ୍କ ଫୋକସରେ ରାଜ୍ୟର ଚାଷୀକୂଳ ରହି ଆସିଥିବା ବେଳେ କୃଷକଙ୍କୁ କିଭଳି ଅଧିକ ସଶକ୍ତ କରାଯିବ […]

ଭୁବନେଶ୍ୱର: ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍‌‌ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଊର୍ଦ୍ଧ୍ବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ରାଜ୍ୟ ସରକାରଙ୍କ ଫୋକସରେ ରାଜ୍ୟର ଚାଷୀକୂଳ ରହି ଆସିଥିବା ବେଳେ କୃଷକଙ୍କୁ କିଭଳି ଅଧିକ ସଶକ୍ତ କରାଯିବ ସେନେଇ ବିଭାଗ ପକ୍ଷରୁ ହେବାକୁ ଥିବା ମିଶନକୁ ପୂରଣ କରିବାପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିପାରେ। ଏହାସହିତ ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅଣାଯିବ। ଦକ୍ଷତା ବିକାଶ ବିଭାଗର କ୍ୟାଡର ପୁନର୍ଗଠନ ସମ୍ପର୍କିତ ପ୍ରସ୍ତାବ ଆସିବା ସହ ବିଭାଗ ଅଧିନରେ ନୂଆ ପଦ ସୃଷ୍ଟି ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ଅନୁମୋଦନ ମିଳିପାରେ। ସେହିପରି ଆଇଟି, ଗଣଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତାବମାନ ଆସିବା ନେଇ ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

About The Author: The Sakala