ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ଶେଷ ହୋଇଛି। ଏଥିସହିତ ନିର୍ବାଚନ ଯୋଗୁଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଉଠିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ଣ ୧୧ ଟା ୩୦ରେ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ଜଣାପଡ଼ିଛି। ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ଏହା ପ୍ରଥମ କ୍ୟାବିନେଟ୍‍ ବୈଠକ ହୋଇଥିବା ବେଳେ ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବାର ଅଛି । ଏହି […]

ଭୁବନେଶ୍ୱର: ସାରା ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ଶେଷ ହୋଇଛି। ଏଥିସହିତ ନିର୍ବାଚନ ଯୋଗୁଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଉଠିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ଣ ୧୧ ଟା ୩୦ରେ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ଜଣାପଡ଼ିଛି। ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ଏହା ପ୍ରଥମ କ୍ୟାବିନେଟ୍‍ ବୈଠକ ହୋଇଥିବା ବେଳେ ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବାର ଅଛି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

ଏହି କ୍ୟାବିନେଟ ବୈଠକରେ ୨୭ଟି ଏଜେଣ୍ଡା ରହିଛି । ଶକ୍ତି, ଉଚ୍ଚଶିକ୍ଷା, ସଂସଦୀୟ ବ୍ୟାପାର, ଷ୍ଟିଲ ଆଣ୍ଡ ମାଇନ୍ସ, ଜିଏ, କୃଷି ବିଭାଗର ଗୁରୁତ୍ବପୂର୍ଣ୍ଣ ଏଜେଣ୍ଡା ଉପରେ କ୍ୟାବିନେଟରେ ମୋହର ବାଜିବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ବିଜୁ ଜନତା ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହେଉଛି । ତେଣୁ ଏହି ବୈଠକରେ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ କରିପାରେ ବୋଲି ସମ୍ଭାବନା ରହିଛି । ସେପଟେ ଆଜି କ୍ୟାବିନେଟ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏହି ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆସିବାକୁ ଥିବା ବଜେଟରେ ମୋହର ମରାଯିବ ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର