ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ମନ୍ତ୍ରୀ ପରିଷଦ ବୈଠକ ବସିବାକୁ ଯାଉଛି। ସେହିପରି ସନ୍ଧ୍ୟା ୫ଟା ୪୫ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଚଳିତ ମାସ ୨୪ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ରାଜ୍ୟ ସରକାର ଚଳିତ ବର୍ଷ ଆଣିବାକୁ ଥିବା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‍ ବିଧେୟକକୁ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ମନ୍ତ୍ରୀ ପରିଷଦ ବୈଠକ ବସିବାକୁ ଯାଉଛି। ସେହିପରି ସନ୍ଧ୍ୟା ୫ଟା ୪୫ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଚଳିତ ମାସ ୨୪ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ରାଜ୍ୟ ସରକାର ଚଳିତ ବର୍ଷ ଆଣିବାକୁ ଥିବା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‍ ବିଧେୟକକୁ ମନ୍ତ୍ରୀ ପରିଷଦ ଦ୍ୱାରା ଅନୁମୋଦନ କରାଯିବ। ମନ୍ତ୍ରୀ ପରିଷଦ ବୈଠକ ପରେ ହେବାକୁ ଥିବା କ୍ୟାବିନେଟ୍‍ରେ ପାଖାପାଖି ୯ରୁ ୧୦ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଗୃହୀତ କରାଯିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ଥ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ପ୍ରସ୍ତାବ ଆଲୋଚନାକୁ ଆସିବାର ରହିଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

18 Nov 2022 By The Sakala

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାକୁ ଯାଉଛି। ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ମନ୍ତ୍ରୀ ପରିଷଦ ବୈଠକ ବସିବାକୁ ଯାଉଛି। ସେହିପରି ସନ୍ଧ୍ୟା ୫ଟା ୪୫ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଚଳିତ ମାସ ୨୪ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ରାଜ୍ୟ ସରକାର ଚଳିତ ବର୍ଷ ଆଣିବାକୁ ଥିବା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‍ ବିଧେୟକକୁ ମନ୍ତ୍ରୀ ପରିଷଦ ଦ୍ୱାରା ଅନୁମୋଦନ କରାଯିବ। ମନ୍ତ୍ରୀ ପରିଷଦ ବୈଠକ ପରେ ହେବାକୁ ଥିବା କ୍ୟାବିନେଟ୍‍ରେ ପାଖାପାଖି ୯ରୁ ୧୦ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଗୃହୀତ କରାଯିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ଥ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ପ୍ରସ୍ତାବ ଆଲୋଚନାକୁ ଆସିବାର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର