ଆଜି ରାଜ୍ଯ କ୍ୟାବିନେଟ ବୈଠକ; ନିଯୁକ୍ତି ସମ୍ପର୍କିତ ବିଷୟରେ ସରକାର ନେଇପାରନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍‍ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‍ରେ ବୈଠକ ଅନୁଷ୍ଠିତ ହେବ ଓ ୧୦ରୁ ୧୨ଟି ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ କେତେକ ପ୍ରକଳ୍ପକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ପୂର୍ତ୍ତ ବିଭାଗ ସମ୍ପର୍କିତ ଏକାଧିକ କାର୍ଯ୍ୟାଦେଶ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି। ଏହାକୁ ବାଦ୍‍ […]

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍‍ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‍ରେ ବୈଠକ ଅନୁଷ୍ଠିତ ହେବ ଓ ୧୦ରୁ ୧୨ଟି ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ କେତେକ ପ୍ରକଳ୍ପକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ପୂର୍ତ୍ତ ବିଭାଗ ସମ୍ପର୍କିତ ଏକାଧିକ କାର୍ଯ୍ୟାଦେଶ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି। ଏହାକୁ ବାଦ୍‍ ଦେଲେ ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରସ୍ତାବ ଗୁଡିକ ମଧ୍ୟ ଆଲୋଚନା ହେବ। ଖରିଫ ଋତୁରେ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟରେ ନିଯୁକ୍ତି ସମ୍ପର୍କିତ ବିଷୟରେ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହେବେ। ରାଜଧାନୀରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ବୈଠକରେ ଯୋଗ ଦେବ। ସେହିପରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ହେଲ୍‍ଥ ସ୍ମାର୍ଟ କାର୍ଡ ବଣ୍ଟନ ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଯୋଗ ଦେବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

11 Oct 2021 By The Sakala

ଆଜି ରାଜ୍ଯ କ୍ୟାବିନେଟ ବୈଠକ; ନିଯୁକ୍ତି ସମ୍ପର୍କିତ ବିଷୟରେ ସରକାର ନେଇପାରନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍‍ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‍ରେ ବୈଠକ ଅନୁଷ୍ଠିତ ହେବ ଓ ୧୦ରୁ ୧୨ଟି ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ କେତେକ ପ୍ରକଳ୍ପକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ପୂର୍ତ୍ତ ବିଭାଗ ସମ୍ପର୍କିତ ଏକାଧିକ କାର୍ଯ୍ୟାଦେଶ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି। ଏହାକୁ ବାଦ୍‍ ଦେଲେ ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରସ୍ତାବ ଗୁଡିକ ମଧ୍ୟ ଆଲୋଚନା ହେବ। ଖରିଫ ଋତୁରେ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟରେ ନିଯୁକ୍ତି ସମ୍ପର୍କିତ ବିଷୟରେ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନବୀନ ନିବାସରୁ ବୈଠକରେ ଯୋଡି ହେବେ। ରାଜଧାନୀରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ବୈଠକରେ ଯୋଗ ଦେବ। ସେହିପରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ହେଲ୍‍ଥ ସ୍ମାର୍ଟ କାର୍ଡ ବଣ୍ଟନ ଦାୟିତ୍ୱରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଯୋଗ ଦେବେ ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର