୧୩ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ; ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହାସହ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଉଭୟ ବୈଠକ ଅନୁଷ୍ଠିତ ହେବ। କ୍ୟାବିନେଟ ବୈଠକରେ ସ୍ୱାସ୍ଥ୍ୟ, ଶକ୍ତି, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ଓ ଜଳ ସମ୍ପଦ ପରି ବିଭାଗର ପ୍ରାୟ ୧୦ଟି ପ୍ରସ୍ତାବକୁ […]

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହାସହ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଉଭୟ ବୈଠକ ଅନୁଷ୍ଠିତ ହେବ। କ୍ୟାବିନେଟ ବୈଠକରେ ସ୍ୱାସ୍ଥ୍ୟ, ଶକ୍ତି, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ଓ ଜଳ ସମ୍ପଦ ପରି ବିଭାଗର ପ୍ରାୟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ। ସମସ୍ତ ପ୍ରସ୍ତାବରେ ଭିତ୍ତିଭୂମି ନିର୍ମାଣ ଫୋକସରେ ରହିବ ବୋଲି ଜଣାପଡ଼ିଛି। ଆଗାମୀ ୨୧ ତାରିଖରୁ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ରମ୍ଭ ହେଉଥିବା ବେଳେ କ୍ୟାବିନେଟ ବୈଠକ ବିଶେଷ ଗୁରୁତ୍ୱ ବହନ କରୁଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର