ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୬ଟା ୧୦ ମିନିଟ୍ରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଆଇନ, ଜଳସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଆଦି ବିଭାଗର ଏକାଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ରାଜଧାନୀ ଉପସ୍ଥିତି ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ। ସେହିପରି ନିଜ ନିର୍ବାଚନମଣ୍ଡଳୀ ତଥା ଜିଲ୍ଲା ଗସ୍ତରେ ଥିବା ମନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଯୋଡି ହେବେ ବୋଲି ଜଣାପଡ଼ିଛି।
ଆଜି ରାଜ୍ୟ କ୍ୟାବିନେଟ: ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୬ଟା ୧୦ ମିନିଟ୍ରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଆଇନ, ଜଳସମ୍ପଦ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଆଦି ବିଭାଗର ଏକାଧିକ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ରାଜଧାନୀ ଉପସ୍ଥିତି ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ। ସେହିପରି ନିଜ ନିର୍ବାଚନମଣ୍ଡଳୀ ତଥା ଜିଲ୍ଲା ଗସ୍ତରେ […]