PUCC ଅବଧି ସୀମା ମାର୍ଚ୍ଚ ୩୧ ଯାଏଁ ବୃଦ୍ଧି, ବାଧ୍ୟତାମୂଳକ ନୁହେଁ ଗ୍ରୀନ୍‌ ଷ୍ଟିକର

Madhusudan Das Picture
Published On

ଭୁବନେଶ୍ୱର: ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । PUCC ଅବଧି ସୀମା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କଲେ ସରକାର । ଏହା ପରେ ଅର୍ଥାତ ୧ ଏପ୍ରିଲରୁ PUCC ସାର୍ଟିଫିକେଟ୍‌ ନଥିଲେ ଆକ୍ସନ ନେବେ ସରକାର୍ । ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଲୋକଙ୍କ ଅସୁବିଧାକୁ ଦେଖି ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ । 

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ । ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ସେମାନଙ୍କୁ ଅଗ୍ରାଧିକାର ଦେବୁ । ଗ୍ରୀନ୍‌ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ । ପରିବହନ ବିଭାଗ ପକ୍ଷରୁ ଏହି ଷ୍ଟିକର ଯୋଗାଇ ଦିଆଯିବ । ଏପ୍ରିଲ ୧ରୁ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଆଜି ପରିବହନ ମନ୍ତ୍ରୀଙ୍କ ବାସଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପରିବହନ ମନ୍ତ୍ରୀ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ନେଇ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

31 Dec 2025 By Madhusudan Das

PUCC ଅବଧି ସୀମା ମାର୍ଚ୍ଚ ୩୧ ଯାଏଁ ବୃଦ୍ଧି, ବାଧ୍ୟତାମୂଳକ ନୁହେଁ ଗ୍ରୀନ୍‌ ଷ୍ଟିକର

ଭୁବନେଶ୍ୱର: ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । PUCC ଅବଧି ସୀମା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କଲେ ସରକାର । ଏହା ପରେ ଅର୍ଥାତ ୧ ଏପ୍ରିଲରୁ PUCC ସାର୍ଟିଫିକେଟ୍‌ ନଥିଲେ ଆକ୍ସନ ନେବେ ସରକାର୍ । ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଲୋକଙ୍କ ଅସୁବିଧାକୁ ଦେଖି ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ । 

ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ । ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ସେମାନଙ୍କୁ ଅଗ୍ରାଧିକାର ଦେବୁ । ଗ୍ରୀନ୍‌ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ । ପରିବହନ ବିଭାଗ ପକ୍ଷରୁ ଏହି ଷ୍ଟିକର ଯୋଗାଇ ଦିଆଯିବ । ଏପ୍ରିଲ ୧ରୁ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଆଜି ପରିବହନ ମନ୍ତ୍ରୀଙ୍କ ବାସଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପରିବହନ ମନ୍ତ୍ରୀ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ନେଇ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

https://www.thesakala.in/latest-odisha-news/state-government-extends-pucc-period-till-end-of-march/article-43867
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର