ଦୁର୍ନୀତି ଓ କାର୍ଯ୍ୟରେ ଅବହେଳା କାରଣରୁ ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଦୁର୍ନୀତି ଓ କାର୍ଯ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସୁନ୍ଦରଗଡ ଜିଲାର ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରିଛନ୍ତି। ପ୍ରାଥମିକ ବିଦ୍ୟାଳୟର ୧୫ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ମାଧ୍ୟମିକ ବିଦ୍ୟାଳୟର ୧୯ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ପୂର୍ବରୁ ଅନେକ ବଡ଼ ବଡ଼ ଅଧିକାରୀଙ୍କୁ 5T ଛାଟ ପଡ଼ିଛି । ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେ କିରାଣୀ ହୁଅନ୍ତୁ […]

ଭୁବନେଶ୍ବର : ଦୁର୍ନୀତି ଓ କାର୍ଯ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସୁନ୍ଦରଗଡ ଜିଲାର ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରିଛନ୍ତି। ପ୍ରାଥମିକ ବିଦ୍ୟାଳୟର ୧୫ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ମାଧ୍ୟମିକ ବିଦ୍ୟାଳୟର ୧୯ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ପୂର୍ବରୁ ଅନେକ ବଡ଼ ବଡ଼ ଅଧିକାରୀଙ୍କୁ 5T ଛାଟ ପଡ଼ିଛି । ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେ କିରାଣୀ ହୁଅନ୍ତୁ କି ବଡ଼ ଅଫିସର୍‌ ସମସ୍ତଙ୍କ ଉପରେ 5T ଛାଟ ବାଜିଛି ଆଉ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମିତି ଆଉ ଏକ ଉଦାହରଣ ହେଉଛି କୋରାପୁଟରେ ଜଣେ ଲାଞ୍ଚୁଆ ଅଧିକାରୀଙ୍କୁ 5T ଛାଟ ପଡ଼ିଥିଲା । କୋରାପୁଟ ଜିଲ୍ଲା ନନ୍ଦପୁରର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ପଡ଼ିଥିଲେ ଜାଲରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଏକ ବକେୟା ବିଲ୍ କରିବାକୁ ୧ ଲକ୍ଷ ୭୦ ହଜାର ଲାଞ୍ଚ ମାଗି ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର । ପରେ ଘଟଣାର ତଦନ୍ତ କରି ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଭାରତୀୟ ଗଣତନ୍ତ୍ର ବ୍ୟବସ୍ଥାରେ ଓଡ଼ିଶା ସରକାର ଆରମ୍ଭ କରିଥିବା 5T କାର୍ଯ୍ୟକ୍ରମର ପ୍ରଭାବକୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା । ସବୁ ଅଧିକାରୀ ଲୋକଙ୍କ ପାଖରେ ଉତ୍ତରଦାୟୀ ରହିବେ । ଖାଲି ସେତିକି ନୁହେଁ ଲୋକଙ୍କ କାମକୁ ନିର୍ଦ୍ଧାରିତ ସମୟରେ ସାରିବାର ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ସରକାର ଏହାର ଖିଲାପକାରୀଙ୍କ ବିରୋଧରେ ଯେ, ଏତେ କଠୋର ହୋଇପାରନ୍ତି ତାର ପ୍ରମାଣ ମଧ୍ୟ ମିଳିଛି ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

କାମରେ ଅବହେଳା କିମ୍ୱା ଦୁର୍ନୀତିର ଗନ୍ଧ ଆସିଲେ ବ୍ଲକ୍ ଓ ଜିଲ୍ଲାସ୍ତରର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଠିକ୍‌ ସେମିତି ଦୁର୍ନୀତି ଓ ଅପରାଗତା ହଟାଇବା ସଂକଳ୍ପରେ ଥିବା ରାଜ୍ୟ ସରକାର ପୂର୍ବରୂ ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବର୍ଷକ ମଧ୍ୟରେ ୧୦୦ରୁ ଅଧିକ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

22 Feb 2021 By The Sakala

ଦୁର୍ନୀତି ଓ କାର୍ଯ୍ୟରେ ଅବହେଳା କାରଣରୁ ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର : ଦୁର୍ନୀତି ଓ କାର୍ଯ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସୁନ୍ଦରଗଡ ଜିଲାର ୩୪ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରିଛନ୍ତି। ପ୍ରାଥମିକ ବିଦ୍ୟାଳୟର ୧୫ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ମାଧ୍ୟମିକ ବିଦ୍ୟାଳୟର ୧୯ ଜଣ ଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପୂର୍ବରୁ ଅନେକ ବଡ଼ ବଡ଼ ଅଧିକାରୀଙ୍କୁ 5T ଛାଟ ପଡ଼ିଛି । ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେ କିରାଣୀ ହୁଅନ୍ତୁ କି ବଡ଼ ଅଫିସର୍‌ ସମସ୍ତଙ୍କ ଉପରେ 5T ଛାଟ ବାଜିଛି ଆଉ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମିତି ଆଉ ଏକ ଉଦାହରଣ ହେଉଛି କୋରାପୁଟରେ ଜଣେ ଲାଞ୍ଚୁଆ ଅଧିକାରୀଙ୍କୁ 5T ଛାଟ ପଡ଼ିଥିଲା । କୋରାପୁଟ ଜିଲ୍ଲା ନନ୍ଦପୁରର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ପଡ଼ିଥିଲେ ଜାଲରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଏକ ବକେୟା ବିଲ୍ କରିବାକୁ ୧ ଲକ୍ଷ ୭୦ ହଜାର ଲାଞ୍ଚ ମାଗି ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର । ପରେ ଘଟଣାର ତଦନ୍ତ କରି ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି ।

ଭାରତୀୟ ଗଣତନ୍ତ୍ର ବ୍ୟବସ୍ଥାରେ ଓଡ଼ିଶା ସରକାର ଆରମ୍ଭ କରିଥିବା 5T କାର୍ଯ୍ୟକ୍ରମର ପ୍ରଭାବକୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା । ସବୁ ଅଧିକାରୀ ଲୋକଙ୍କ ପାଖରେ ଉତ୍ତରଦାୟୀ ରହିବେ । ଖାଲି ସେତିକି ନୁହେଁ ଲୋକଙ୍କ କାମକୁ ନିର୍ଦ୍ଧାରିତ ସମୟରେ ସାରିବାର ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ସରକାର ଏହାର ଖିଲାପକାରୀଙ୍କ ବିରୋଧରେ ଯେ, ଏତେ କଠୋର ହୋଇପାରନ୍ତି ତାର ପ୍ରମାଣ ମଧ୍ୟ ମିଳିଛି ।

କାମରେ ଅବହେଳା କିମ୍ୱା ଦୁର୍ନୀତିର ଗନ୍ଧ ଆସିଲେ ବ୍ଲକ୍ ଓ ଜିଲ୍ଲାସ୍ତରର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଠିକ୍‌ ସେମିତି ଦୁର୍ନୀତି ଓ ଅପରାଗତା ହଟାଇବା ସଂକଳ୍ପରେ ଥିବା ରାଜ୍ୟ ସରକାର ପୂର୍ବରୂ ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବର୍ଷକ ମଧ୍ୟରେ ୧୦୦ରୁ ଅଧିକ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର