ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ, ଆଇନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଗତ ଜୁନ୍‌ ୩୦ରେ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ […]

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ତାମିଲନାଡୁ ଗ୍ୟାସଲିକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ରାଜ୍ୟ ବିଜେଡି ପ୍ରତିନିଧିମଣ୍ଡଳୀ

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ବଡ ଅଘଟଣ: ନିର୍ମାଣାଧୀନ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକ ମୃତ

ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଗତ ଜୁନ୍‌ ୩୦ରେ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ୧୯୯୦ ବ୍ୟାଚ୍‌ର ଏହି ବରିଷ୍ଠ ଆଇଏଏସ ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିସନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ୨୦୧୭ ମସିହାରେ ଡେପୁଟେସନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ପରେ ସିବିଏସ୍ଇ ଅଧ୍ୟକ୍ଷ ଭାବେ ମଧ୍ୟ କାମ କରିଥିଲେ । ଏହାପରେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।

ଆହୁରି ପଢ଼ନ୍ତୁ: ଆନ୍ଧ୍ରପ୍ରଦେଶରେ କାୟା ମେଲାଇଲାଣି କୋଭିଡ ମହାମାରୀ, ସୀମାନ୍ତ ଓଡ଼ିଶାରେ ହାଇ ଆଲର୍ଟ

13 Aug 2024 By The Sakala

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ, ଆଇନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଗତ ଜୁନ୍‌ ୩୦ରେ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ୧୯୯୦ ବ୍ୟାଚ୍‌ର ଏହି ବରିଷ୍ଠ ଆଇଏଏସ ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିସନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ୨୦୧୭ ମସିହାରେ ଡେପୁଟେସନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ପରେ ସିବିଏସ୍ଇ ଅଧ୍ୟକ୍ଷ ଭାବେ ମଧ୍ୟ କାମ କରିଥିଲେ । ଏହାପରେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର