ମନୋରଞ୍ଜନ
ଓଡ଼ିଶା
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ଟିମକୁ ଆଲର୍ଟ କଲେ ସରକାର
ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସମ୍ଭାବ୍ୟ ବାତ୍ୟା ମୁକାବିଳା ନେଇ ଆକ୍ସନପ୍ଲାନ୍ ପ୍ରସ୍ତୁତ କରାଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିବା ପରେ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଏଥି ସହିତ ତଳିଆ ଅଞ୍ଚଳ ଲୋକଙ୍କୁ ଆବଶ୍ୟକତା ଦେଖି […]
ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସମ୍ଭାବ୍ୟ ବାତ୍ୟା ମୁକାବିଳା ନେଇ ଆକ୍ସନପ୍ଲାନ୍ ପ୍ରସ୍ତୁତ କରାଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିବା ପରେ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଏଥି ସହିତ ତଳିଆ ଅଞ୍ଚଳ ଲୋକଙ୍କୁ ଆବଶ୍ୟକତା ଦେଖି ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆସନ୍ତାକାଲି ସମ୍ଭାବ୍ୟ ବାତ୍ୟାର ତୀବ୍ରତା କେତେ ରହିବ ଓ କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗର ସୂଚନ ରହିଛି। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ଟିମକୁ ଆଲର୍ଟ କରିଦେଇଛନ୍ତି। ୨୦୦ଟି ଅଗ୍ନିଶମ ବାହିନୀ, ୧୦୮ ଓଡ୍ରାଫ୍ ଟିମଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଉପକୂଳ ଅଞ୍ଚଳ ସମେତ ନୟାଗଡ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତା କରିଥିବା ବେଳେ ବୈଠକରେ ଭିସି ଜରିଆରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।






