୩ ପ୍ରତିଶତ ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ପିଛିଲା ଭାବେ ଗତ ଜୁଲାଇ ୧ରୁ ହେବ ଲାଗୁ  

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା […]

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।

ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

About The Author: The Sakala