ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ ଜାରି କଲେ ରାଜ୍ୟ ସରକାର

Deviprasad Mohanty Picture
Published On

ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି। ତେଣୁ ତାକୁ ରେଡ଼ ଆଲର୍ଟରେ ରଖା ଯାଇଛି। ଉପକୂଳ ଜିଲ୍ଲା ଗୁଡିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ। କମ ହେଲେ ବି ତାର ମୁକାବିଲା କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: କ୍ୟାମ୍ପ ଭିତରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ସିଆରପିଏଫ୍ ଯବାନ, କାରଣ ଅସ୍ପଷ୍ଟ

 
 
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp