ଦୀପାବଳିରେ ବାଣ ଫୁଟା ଓ ବିକ୍ରି ନେଇ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୪ ତାରିଖ(ଗୁରୁବାର) ଦୀପାବଳି। ଦୀପାବଳି ପୂର୍ବରୁ ବାଣ ଫୁଟା ଓ ବିକ୍ରିନେଇ ଗାଇଡଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ମହାମାରୀ କରୋନା ଦୃଷ୍ଟିରୁ ରାଜ୍ୟ ସରକାର ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବାକୁ ନିଷିଦ୍ଧ କରିଥିଲେ। ହେଲେ ଆଜି ହାଇକୋର୍ଟଙ୍କ ରାୟ ପରେ ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର । ନୂଆ ନିୟମ ଅନୁସାରେ ଦୀପାବଳିରେ କେବଳ ପରିବେଶ ଅନୁକୂଳ […]

ଭୁବନେଶ୍ବର : ଆସନ୍ତା ୪ ତାରିଖ(ଗୁରୁବାର) ଦୀପାବଳି। ଦୀପାବଳି ପୂର୍ବରୁ ବାଣ ଫୁଟା ଓ ବିକ୍ରିନେଇ ଗାଇଡଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ମହାମାରୀ କରୋନା ଦୃଷ୍ଟିରୁ ରାଜ୍ୟ ସରକାର ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବାକୁ ନିଷିଦ୍ଧ କରିଥିଲେ। ହେଲେ ଆଜି ହାଇକୋର୍ଟଙ୍କ ରାୟ ପରେ ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର । ନୂଆ ନିୟମ ଅନୁସାରେ ଦୀପାବଳିରେ କେବଳ ପରିବେଶ ଅନୁକୂଳ ବାଣ ବା ଗ୍ରୀନ କ୍ରାକରକୁ ଅନୁମତି ଦିଆଯାଇଛି । ଆଜି ଓଡ଼ିଶା ହାଇକୋର୍ଟ ଏକ ନିର୍ଦ୍ଦେଶ ଜାରି କରି କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି । କେବଳ ପେଟ୍ରୋଲିୟମ ଓ ବିସ୍ଫୋରକ ନିରାପତ୍ତା ସଂଗଠନ (ପେଲୋ) ଅନୁମତିପ୍ରାପ୍ତ ପରିବେଶ ଅନୁକୂଳ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

ଦୀପାବଳିରେ ରାତି ୮ଟାରୁ ୧୦ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ପିଇଏସଓ (ପେଟ୍ରୋଲିୟମ ଆଣ୍ଡ ଏକ୍ସପ୍ଲୋସିଭ ସେଫ୍ଟି ଅର୍ଗାନାଇଜେସନ) ଅନୁମତି ପ୍ରାପ୍ତ କ୍ରାକର ଫୁଟାଇବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଅନ୍ୟପକ୍ଷରେ କେବଳ ଦୀପାବଳି ଦିନ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ଗ୍ରୀନ କ୍ରାକର(ସବୁଜ ବାଣ) ଛଡା ଅନ୍ୟପ୍ରକାରର ବାଣର ବିକ୍ରି ଓ ଫୁଟାଇବାକୁ ସଂପୂର୍ଣ୍ଣ ନିଷିଦ୍ଧ କରାଯାଇଛି ।ଭାରତୀୟ ବିସ୍ଫୋରକ ଆଇନ ଅଧିନରେ ଉପଯୁକ୍ତ ଅଧିକାରୀଙ୍କଠାରୁ ଅନୁମତିପ୍ରାପ୍ତ ଖୁଚୁରା ବ୍ୟବସାୟୀମାନେ ହିଁ ବାଣ ଦୋକାନ ଖୋଲିପାରିବେ ।ପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସ୍ଥାନରେ ହିଁ ବାଣ ଦୋକାନ ଖୋଲାଯାଇପାରିବ । ସେଠାରେ କୋଭିଡ୍ କଟକଣା ପାଳନ କରାଯିବ ବୋଲି ରାଜ୍ୟ ସରକାରଙ୍କ ଗାଇଡଲାଇନରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ୱ ଆହତ

ଆହୁରି ପଢ଼ନ୍ତୁ: ‘ବିଜୁ ଶ୍ରମିକ ବନ୍ଧୁ’ ସମ୍ମାନ ନାମ ବଦଳାଇଲେ ରାଜ୍ୟ ସରକାର, ହେବ ‘ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ’

01 Nov 2021 By The Sakala

ଦୀପାବଳିରେ ବାଣ ଫୁଟା ଓ ବିକ୍ରି ନେଇ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : ଆସନ୍ତା ୪ ତାରିଖ(ଗୁରୁବାର) ଦୀପାବଳି। ଦୀପାବଳି ପୂର୍ବରୁ ବାଣ ଫୁଟା ଓ ବିକ୍ରିନେଇ ଗାଇଡଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ମହାମାରୀ କରୋନା ଦୃଷ୍ଟିରୁ ରାଜ୍ୟ ସରକାର ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବାକୁ ନିଷିଦ୍ଧ କରିଥିଲେ। ହେଲେ ଆଜି ହାଇକୋର୍ଟଙ୍କ ରାୟ ପରେ ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର । ନୂଆ ନିୟମ ଅନୁସାରେ ଦୀପାବଳିରେ କେବଳ ପରିବେଶ ଅନୁକୂଳ ବାଣ ବା ଗ୍ରୀନ କ୍ରାକରକୁ ଅନୁମତି ଦିଆଯାଇଛି । ଆଜି ଓଡ଼ିଶା ହାଇକୋର୍ଟ ଏକ ନିର୍ଦ୍ଦେଶ ଜାରି କରି କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି । କେବଳ ପେଟ୍ରୋଲିୟମ ଓ ବିସ୍ଫୋରକ ନିରାପତ୍ତା ସଂଗଠନ (ପେଲୋ) ଅନୁମତିପ୍ରାପ୍ତ ପରିବେଶ ଅନୁକୂଳ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି ।

ଦୀପାବଳିରେ ରାତି ୮ଟାରୁ ୧୦ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ପିଇଏସଓ (ପେଟ୍ରୋଲିୟମ ଆଣ୍ଡ ଏକ୍ସପ୍ଲୋସିଭ ସେଫ୍ଟି ଅର୍ଗାନାଇଜେସନ) ଅନୁମତି ପ୍ରାପ୍ତ କ୍ରାକର ଫୁଟାଇବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଅନ୍ୟପକ୍ଷରେ କେବଳ ଦୀପାବଳି ଦିନ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ଗ୍ରୀନ କ୍ରାକର(ସବୁଜ ବାଣ) ଛଡା ଅନ୍ୟପ୍ରକାରର ବାଣର ବିକ୍ରି ଓ ଫୁଟାଇବାକୁ ସଂପୂର୍ଣ୍ଣ ନିଷିଦ୍ଧ କରାଯାଇଛି ।ଭାରତୀୟ ବିସ୍ଫୋରକ ଆଇନ ଅଧିନରେ ଉପଯୁକ୍ତ ଅଧିକାରୀଙ୍କଠାରୁ ଅନୁମତିପ୍ରାପ୍ତ ଖୁଚୁରା ବ୍ୟବସାୟୀମାନେ ହିଁ ବାଣ ଦୋକାନ ଖୋଲିପାରିବେ ।ପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସ୍ଥାନରେ ହିଁ ବାଣ ଦୋକାନ ଖୋଲାଯାଇପାରିବ । ସେଠାରେ କୋଭିଡ୍ କଟକଣା ପାଳନ କରାଯିବ ବୋଲି ରାଜ୍ୟ ସରକାରଙ୍କ ଗାଇଡଲାଇନରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର