ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ମାଲକାନଗିରି ଜିଲ୍ଲାପାଳ ଦାୟିତ୍ୱ

ଭୁବନେଶ୍ୱର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ମନୀଷ କୁମାର ଅଗ୍ରୱାଲଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବାବେଳେ  ୨୦୨୧ ବ୍ୟାଚ୍ ଆଇଏଏସ୍ ପ୍ରଥମେଶ ଅରବିନ୍ଦ ରାଜେସିର୍କେଙ୍କୁ ମାଲକାନଗିରି ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ସେହିପରି ୨୦୧୨ ବ୍ୟାଚର ଆଇଏଏସ୍ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟଅପ୍ ଓଡ଼ିଶାର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ସେହିପରି ବରିଷ୍ଠ ଆଇଏଏସ୍‌ ସିଦ୍ଧାର୍ଥ ଦାସଙ୍କୁ ମତ୍ସ୍ୟ ସଂପଦ ବିଭାଗର ନିର୍ଦ୍ଦେଶକ । ମଧୁସ୍ମିତା ସାହୁଙ୍କୁ ଶିକ୍ଷକ ଶିକ୍ଷା ଓ ତାଲିମ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଉପମା କାଲୋଙ୍କୁ ଉତ୍ତରାଞ୍ଚଳ ଆର୍‌ଡିସି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେହିପରି ସରକାରୀ ଉଦ୍ୟୋଗ ବିଭାଗର ଅତିରିକ୍ତ ଶାସନ ସଚିବ ହେଲେ ଲିଲି କୁମାରୀ କୁଲୁ ।  ସୋମେଶ ଉପାଧ୍ୟାୟଙ୍କ ବୟନ ଓ ହସ୍ତତନ୍ତ ଶିଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।

ସେହିପରି ଆଇଏଏସ ଅକ୍ଷୟ ପିଲ୍ଲେଙ୍କୁ ପାରାଦୀପର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ବ ମିଳିଛି । ଏହା ସହିତ ଭାରତୀୟ ନାଗିରକ ସୁରକ୍ଷା ସଂହିତା ଅନୁଯାୟୀ, ଅକ୍ଷୟ ପିଲ୍ଲେଙ୍କୁ ଜଗତସିଂହପୁର ଜିଲ୍ଲାରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । ସେହିଭଳି ଆଇଏଏସ୍ ଅରୁଗୁଳା ସ୍ନେହାଙ୍କୁ ମୟୂରଭଞ୍ଜ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି । ତାଳଚେର ସବ୍-କଲେକ୍ଟର ତଥା ୨୦୨୨ ବ୍ୟାଚର ଆଇଏଏସ୍ ସମୀର କୁମାର ଜେନାଙ୍କୁ ଗଞ୍ଜାମ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛନ୍ତି । ସେହିପରି ରାଇରଙ୍ଗପୁର ଉପ-ଜିଲ୍ଲାପାଳ ଆଇଏଏସ୍ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ କଳାହାଣ୍ଡି ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିୟୁକ୍ତି ମିଳିଛି ।

About The Author: Madhusudan Das