ଶିକ୍ଷା ବ୍ୟବସ୍ଥାର ଅବନତି ପାଇଁ ରାଜ୍ୟ ସରକାରଙ୍କର ତୋଗଲକି ନୀତି ଦାୟୀ: ବିଜେଡି

ଶୃଙ୍ଖଳା ଆଳରେ ଛାତ୍ରଛାତ୍ରୀଙ୍କୁ ଡରାଇବାକୁ ଉଦ୍ୟମ କରନ୍ତୁ ନାହିଁ ସରକାର: ବିଜେଡି

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ମହାବିଦ୍ୟାଳୟ ଗୁଡିକରେ ପରୀକ୍ଷାମୂଳକ ଭାବେ ଛାତ୍ରଛାତ୍ରୀ ମାନଙ୍କର ବାୟୋମେଟ୍ରିକ ଉପସ୍ଥାନ (ଜୈବିକ ପରିଚୟ ଆଧାରିତ ଉପସ୍ଥାନ) କରାଯିବ ବୋଲି ରାଜ୍ୟ ସରକାରଙ୍କ ଘୋଷଣାକୁ ତୀବ୍ର ସମାଲୋଚନା କରିଛି ବିଜୁ ଜନତା ଦଳ । ବିଜେପି ସରକାରଙ୍କ ଗତ ଦୁଇ ବର୍ଷର ଶାସନରେ ରାଜ୍ୟର ମହାବିଦ୍ୟାଳୟ ଗୁଡିକରେ ଶୈକ୍ଷିକ ବାତାବରଣ ନଷ୍ଟ ହୋଇଛି ଓ ଛାତ୍ରଛାତ୍ରୀ ମାନଙ୍କର ମୌଳିକ ଆବଶ୍ୟକତା ପୂରଣ ହୋଇପାରି ନଥିବା ବେଳେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ଆରମ୍ଭ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ବିଜେଡି ପ୍ରଶ୍ନ କରିଛି ।  

ଆହୁରି ପଢ଼ନ୍ତୁ: ଲୁଣା ନଦୀକୁ ଡେଇଁ ୨୨ ବର୍ଷୀୟ ଯୁବକ ନିଖୋଜ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି

ବିଜୁ ଜନତା ଦଳ ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତିରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ.ଲେନିନ ମହାନ୍ତି ରାଜ୍ୟ ସରକାରଙ୍କ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ପ୍ରସ୍ତାବ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି । ରାଜ୍ୟରେ ମହାବିଦ୍ୟାଳୟ ଗୁଡିକରେ ଶୈକ୍ଷିକ ବାତାବରଣ ନଷ୍ଟ ହୋଇଛି । ବିଜେପିର ନେତାମାନେ କଲେଜ ପରିଚାଳନାରେ ଅନାବଶ୍ୟକ ହସ୍ତକ୍ଷେପ କରୁଛନ୍ତି । ରାଜ୍ୟ ସରକାର ଛାତ୍ରଛାତ୍ରୀ ମାନଙ୍କ ମୌଳିକ ଆବଶ୍ୟକତା ପୂରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଆବଶ୍ୟକ ସଂଖ୍ୟକ ଅଧ୍ୟାପକ, ପାଠ୍ୟ ପୁସ୍ତକ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ ହୋଇପାରୁନାହିଁ ।  

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବଧୂକୁ ହତ୍ୟା ଅଭିଯୋଗ, ସ୍ୱାମୀ ଓ ଶାଶୁ-ଶ୍ୱଶୁର ଅଟକ

ରାଜ୍ୟର ମହାବିଦ୍ୟାଳୟ ଗୁଡିକରେ ଅଧ୍ୟାପକ ଓ କର୍ମଚାରୀମାନଙ୍କ ପାଇଁ ଏପର୍ଯ୍ୟନ୍ତ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ଆରମ୍ଭ ହୋଇନାହିଁ । ଏହି ପରିପ୍ରେକ୍ଷୀରେ, ଛାତ୍ରଛାତ୍ରୀ ମାନଙ୍କ ପାଇଁ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ଆରମ୍ଭ କରିବା ପାଇଁ ପ୍ରସ୍ତାବ ଦେବା ରାଜ୍ୟ ସରକାରଙ୍କର ତୋଗଲକି ନୀତିର ପରିଚୟ । ରାଜ୍ୟ ସରକାର ରାଜ୍ୟରେ କେଜିରୁ ପିଜି ମାଗଣା ଶିକ୍ଷା କଥା ଘୋଷଣା କଲେ । କିନ୍ତୁ, ଏନେଇ କୌଣସି ସ୍ପଷ୍ଟ ନିଦେ୍ର୍ଦଶ ଶିକ୍ଷାନୁଷ୍ଠାନ ଗୁଡିକୁ ଦିଆଯାଇନାହିଁ, ଯେଉଁ କାରଣରୁ ଅନେକ ଶିକ୍ଷା ଅନୁଷ୍ଠାନ ଗୁଡିକରେ  ଛାତ୍ରଛାତ୍ରୀ ମାନଙ୍କ ଠାରୁ ଫି ଆଦାୟ କରାଯାଉଛି । ଏହାଛଡା ଅନେକ ଶିକ୍ଷା ଅନୁଷ୍ଠାନରେ ସେଲ୍ଫ ଫାଇନାନ୍ସ (ନିଜସ୍ୱ ପାଣ୍ଠି) ବ୍ୟବସ୍ଥାରେ ଶିକ୍ଷା ପ୍ରଦାନ କରାଯାଉଛି । ଏହି ବ୍ୟବସ୍ଥାରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମାଗଣା ଶିକ୍ଷା ବ୍ୟବସ୍ଥାରେ ସାମିଲ କରାଯିବ କି ନାହିଁ, ସେନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ । 

ଆହୁରି ପଢ଼ନ୍ତୁ: ସ୍କୁଲ ପରିସରରେ ପଶିଲା ଭାଲୁ: ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ ଓ ଅଭିଭାବକ

ରାଜ୍ୟ ସରକାର ନିଜର ଅପାରଗତା ଲୁଚାଇବାକୁ ଯାଇ ଛାତ୍ରଛାତ୍ରୀଙ୍କ ବାୟୋମେଟି୍ରକ ଉପସ୍ଥାନ କଥା କହୁଛନ୍ତି । ଶୃଙ୍ଖଳା ଆଳରେ ଛାତ୍ରଛାତ୍ରୀମାନଙ୍କୁ ଡରାଇବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର । ‘ଜେନ୍-ଜି’ଙ୍କ ପ୍ରତି ସରକାରଙ୍କ ଏହି ଆଭିମୁଖ୍ୟ ଯଥାର୍ଥ ନୁହଁ । ରାଜ୍ୟ ବିଜେପି ସରକାରଙ୍କର ତୋଗଲକି ନୀତି ସକାଶେ ଶିକ୍ଷା ବ୍ୟବସ୍ଥାର ଦ୍ରୁତ ଅବନତି ଘଟିଛି ବୋଲି ଡ. ମହାନ୍ତି ଅଭିଯୋଗ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର