ନୂଆଁଖାଇ ପରଦିନ ସ୍ୱତନ୍ତ୍ର ସ୍ଥାନୀୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର: ପଶ୍ଚିମାଞ୍ଚଳ ନୂଆଁଖାଇ ପର୍ବ ପାଳନ ଅବସରରେ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡ ଜନସାଧାରଣ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ନୂଆଁଖାଇ ପରଦିନ ସେପ୍ଟେମ୍ବର ୨୧ ତାରିଖକୁ ସରକାରୀ ଛୁଟି ଦିବସ ଭାବରେ ଘୋଷଣା କରିବାକୁ ଦାବି ହୋଇଆସୁଥିଲା । ଏହି ପରିପ୍ରେକ୍ଷୀରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳେଇ ରାଜ୍ୟ ସରକାରଙ୍କୁ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡରେ ଉକ୍ତ ଦିନଟିକୁ ସ୍ୱତନ୍ତ୍ର ସ୍ଥାନୀୟ ଛୁଟି ଭାବରେ ଘୋଷଣା […]

ଭୁବନେଶ୍ବର: ପଶ୍ଚିମାଞ୍ଚଳ ନୂଆଁଖାଇ ପର୍ବ ପାଳନ ଅବସରରେ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡ ଜନସାଧାରଣ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ନୂଆଁଖାଇ ପରଦିନ ସେପ୍ଟେମ୍ବର ୨୧ ତାରିଖକୁ ସରକାରୀ ଛୁଟି ଦିବସ ଭାବରେ ଘୋଷଣା କରିବାକୁ ଦାବି ହୋଇଆସୁଥିଲା । ଏହି ପରିପ୍ରେକ୍ଷୀରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳେଇ ରାଜ୍ୟ ସରକାରଙ୍କୁ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡରେ ଉକ୍ତ ଦିନଟିକୁ ସ୍ୱତନ୍ତ୍ର ସ୍ଥାନୀୟ ଛୁଟି ଭାବରେ ଘୋଷଣା କରିବା ନିମନ୍ତେ ଅନୁମତି ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । ଏହି ପ୍ରସ୍ତାବକୁ ସହୃଦୟତା ସହିତ ବିଚାର କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡରେ ସେପ୍ଟେମ୍ବର ୨୧ ତାରିଖଦିନକୁ ସ୍ୱତନ୍ତ୍ର ସ୍ଥାନୀୟ ଛୁଟି ଭାବରେ ଘୋଷଣା କରିବାକୁ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କୁ ଅନୁମତି ପ୍ରଦାନକରିଛନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହି ଅନୁମତି ଅନୁଯାୟୀ, ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ, ସମ୍ବଲପୁର, ବରଗଡ ଜିଲ୍ଲା ଏବଂ ସୁନ୍ଦରଗଡ ଉପଖଣ୍ଡ ପାଇଁ ଆସନ୍ତା ସେପ୍ଟେମ୍ବର ୨୧ ତାରିଖ (ଗୁରୁବାର) ସ୍ୱତନ୍ତ୍ର ସ୍ଥାନୀୟ ଛୁଟି ଭାବରେ ଘୋଷଣା କରିଛନ୍ତି । ଏହି ଘୋଷଣା ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡ ବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ସୂଚନା ଯୋଗ୍ୟ, ପୂର୍ବରୁ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ଝାରସୁଗୁଡ଼ା ଜିଲ୍ଲାରେ ସାମଗ୍ରୀକ ଭାବେ ଓ ସୁନ୍ଦରଗଡ ଜିଲ୍ଲାର ପାନପୋଷ, ବଣାଇ ଉପଖଣ୍ଡରେ ସେପ୍ଟେମ୍ବର ୨୧ ତାରିଖକୁ ଲୋକାଲ ଛୁଟି ଭାବରେ ସଂପୃକ୍ତ ଜିଲ୍ଲାରେ ଜିଲ୍ଲାପାଳ ମାନଙ୍କ ପ୍ରସ୍ତାବ କ୍ରମେ ଛୁଟି ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର