ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ; ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,: ୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ। ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ କରି କହିଛନ୍ତି ଯେ, ସଙ୍ଗଠିତ ଅପରାଧକୁ ଦମନ କରାଯିବ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି। ମହିଳାଙ୍କ […]

ଭୁବନେଶ୍ୱର,: ୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ।

ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ କରି କହିଛନ୍ତି ଯେ, ସଙ୍ଗଠିତ ଅପରାଧକୁ ଦମନ କରାଯିବ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି। ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡାଯିବ ନାହିଁ। ସେମାନଙ୍କ ସ୍ଥାନ ଜେଲ୍‌ରେ ସମାଜରେ ନୁହେଁ । ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସକୁ କ୍ଷମତା ଦିଆଯାଇଛି। ମହିଳା ସୁରକ୍ଷାରେ ଅବହେଳା କଲେ ଆଇନ ଅନୁସାାରେ ପଦକ୍ଷେପ ନିଆଯିବ। ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି।ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ। ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

About The Author: The Sakala