ରାଜ୍ୟସ୍ତରୀୟ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା: ୮ ସ୍ଥାନରେ ୪୫ ବିଷୟକୁ ନେଇ ଦକ୍ଷତା ପ୍ରଦର୍ଶନ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ରହିଛି ଅନନ୍ୟ ଦକ୍ଷତା। ଏହାକୁ ପ୍ରଦର୍ଶନ କରିବା ସହ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ସୁଯୋଗ ଦେବା ପାଇଁ ପ୍ରତିବର୍ଷ କରାଯାଉଛି ‘ଓଡ଼ିଶା ସ୍କିଲ୍ସ’ କାର୍ଯ୍ୟକ୍ରମ। ମଙ୍ଗଳବାରଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସମେତ ୮ଟି ସ୍ଥାନରେ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏଥିରେ ୪୫ଟି ବିଷୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଛି। ଯେଉଁଥିରେ ୭ ଶହରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଆସନ୍ତା ୧୪ ତାରିଖରେ ହେବ […]

ଭୁବନେଶ୍ବର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ରହିଛି ଅନନ୍ୟ ଦକ୍ଷତା। ଏହାକୁ ପ୍ରଦର୍ଶନ କରିବା ସହ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ସୁଯୋଗ ଦେବା ପାଇଁ ପ୍ରତିବର୍ଷ କରାଯାଉଛି ‘ଓଡ଼ିଶା ସ୍କିଲ୍ସ’ କାର୍ଯ୍ୟକ୍ରମ। ମଙ୍ଗଳବାରଠାରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସମେତ ୮ଟି ସ୍ଥାନରେ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏଥିରେ ୪୫ଟି ବିଷୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଛି। ଯେଉଁଥିରେ ୭ ଶହରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଆସନ୍ତା ୧୪ ତାରିଖରେ ହେବ ଚୂଡନ୍ତା ପର୍ଯ୍ୟାୟ ପ୍ରତିଯୋଗିତା ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା କରାଯାଉଛି । ଏଥିରେ ୬ଟି ପ୍ରମୁଖ କ୍ଷେତ୍ରରେ ମୋଟ ୪୫ଟି ସ୍କିଲକୁ ନେଇ ଚଳିତବର୍ଷ ରାଜ୍ୟସ୍ତରୀୟ ପ୍ରତିଯୋଗିତା ହେଉଛି। ମଙ୍ଗଳବାର ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ଆଇଟିଆଇ, ପଲିଟେକ୍ନିକ ତଥା ବିଭିନ୍ନ ଦକ୍ଷତା ବିକାଶ ତାଲିମ ଅନୁଷ୍ଠାନରୁ ଆସିଥିବା ୭୦୦ରୁ ଅଧିକ ଛାତ୍ରଛାତ୍ରୀ ସେମାନଙ୍କ ପାରଦର୍ଶିତା ଦେଖାଇଥିଲେ ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ୧୬ଟି ସ୍କିଲକୁ ନେଇ ପ୍ରତିଯୋଗିତା କରାଯାଉଛି । ସେହିପରି ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟିରେ ୫ଟି, ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟରେ ୫ଟି, ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟରେ ୨ଟି, ସିଟିଟିସିରେ ୬ଟି ଓ ଏନଆଇଏଫଟିରେ ୨ଟି ବିଷୟରେ ପ୍ରତିଯୋଗିତା କରାଯାଉଛି । କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ୫ଟି ଓ ଭୁବନାନନ୍ଦ ଓଡ଼ିଶା ସ୍କୁଲ ଅଫ୍ ଇଞ୍ଜିନିୟରିଂରେ ୨ଟି ବିଷୟରେ ମଧ୍ୟ ଏହି ପ୍ରତିଯୋଗିତା କରାଯାଉଛି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ଦକ୍ଷତା ବିକାଶ କାର୍ଯ୍ୟକ୍ରମ କ୍ଷେତ୍ରରେ ଆଜି ଆସିଛି ବ୍ୟାପକ ପରିବର୍ତ୍ତନ। ଆଧୁନିକ ଓ ବ୍ୟବହାରିକ ବିଷୟ ସହ ଅତ୍ୟାଧୁନିକ କମ୍ପ୍ୟୁଟର ଓ ମୋବାଇଲ ଟେକ୍ନୋଲୋଜି ଆଦିର ପ୍ରୟୋଗକୁ ନେଇ ଯୁବପିଢ଼ିଙ୍କ ଲାଗି ରାଜ୍ୟରେ ନୂଆ ଢାଞ୍ଚାରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ପରିଚାଳନା କରାଯାଉଛି। କନଷ୍ଟ୍ରକ୍ସନ ଆଣ୍ଡ ବିଲ୍ଡିଂ ଟେକ୍ନୋଲୋଜି, କ୍ରିଏଟିଭ୍ ଆର୍ଟ୍ସ ଆଣ୍ଡ ଫ୍ୟାସନ, ଇନଫରମେସନ ଆଣ୍ଡ କମ୍ୟୁନିକେସନ ଟେକ୍ନୋଲୋଜି, ମାନୁଫାକ୍ଚରିଂ ଆଣ୍ଡ ଇଞ୍ଜିନିୟରିଂ ଟେକ୍ନୋଲୋଜି, ସୋସିଆଲ ଆଣ୍ଡ ପର୍ସନାଲ ସର୍ଭିସେସ୍ ଓ ଟ୍ରାନ୍ସପୋଟ୍ରେସନ ଆଣ୍ଡ ଲଜିଷ୍ଟିକ୍ସ ଆଦି ୬ଟି କ୍ଷେତ୍ରରେ ୪୫ଟି ଦକ୍ଷତା ବିକାଶ ବିଷୟକୁ ନେଇ ‘ଓଡ଼ିଶା ସ୍କିଲ୍ସ’ ପରିକଳ୍ପନା କରାଯାଇଛି ।

‘ଓଡ଼ିଶା ସ୍କିଲ୍ସ’ରେ ଭାଗ ନେଇଥିବା ଯୁବ ପ୍ରତିଯୋଗୀଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ଯୁବପିଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

୧୪ ତାରିଖ ଦିନ ଓଡ଼ିଶା ସ୍କିଲ୍ସର ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତା ହେବାକୁ ଯାଉଛି। ଏହା କଟକ ଓ ଭୁବନେଶ୍ୱରର ସେହି ୮ଟି କେନ୍ଦ୍ରରେ ଅନୁଷ୍ଠିତ ହେବ । ପ୍ରତ୍ୟେକ ବିଷୟରେ ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୫ ତାରିଖରେ ହେବାକୁ ଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୁରସ୍କୃତ କରାଯିବ।

ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ବିବେଚିତ ପ୍ରାର୍ଥୀମାନେ ପରବର୍ତ୍ତୀ ସମୟରେ ଜାତୀୟ ସ୍ତରରେ  ‘ଇଣ୍ଡିଆ ସ୍କିଲ୍ସ’ରେ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ସେହିପରି ଅନ୍ତର୍ଜାତୀୟ ସ୍ତରରେ ‘ୱାର୍ଲ୍ଡ ସ୍କିଲ୍ସ’ ପ୍ରତିଯୋଗିତାରେ ଭାଗନେଇ ଓଡ଼ିଶାର ପିଲାମାନେ କିପରି ମେଡାଲ ଜିତିପାରିବେ ସେଥିପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ତାଲିମ ଅନୁଷ୍ଠାନ ସ୍ତରରୁ ସେମାନଙ୍କୁ ପ୍ରୋତ୍ସାହିତ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର