ପଞ୍ଚାୟତ ନିର୍ବାଚନ: ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ, ସମ୍ଭାବ୍ଯ ଭିଡ ଏଡାଇବା ପାଇଁ ଡିଜିପିଙ୍କୁ ଚିଠି ଲେଖିଲେ ରାଜ୍ୟ ନିର୍ବାଚନ କମିଶନ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। କୋଭିଡ ଗାଇଡଲାଇନ ପାଳନ କରି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଛନ୍ତି। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଶେଷ ଦିନରେ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବାର ସମ୍ଭାବନା ରହିଛି। ଆସନ୍ତାକାଲି ଯେମିତି ଅଧିକ ଭିଡ଼ ନ ହେବ ଓ ଗାଇଡଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। […]

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। କୋଭିଡ ଗାଇଡଲାଇନ ପାଳନ କରି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଛନ୍ତି। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଶେଷ ଦିନରେ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବାର ସମ୍ଭାବନା ରହିଛି। ଆସନ୍ତାକାଲି ଯେମିତି ଅଧିକ ଭିଡ଼ ନ ହେବ ଓ ଗାଇଡଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଡିଜିପିଙ୍କୁ ରାଜ୍ୟ ନିର୍ବାଚନ କମିଶନରଙ୍କ ଏ ନେଇ ଚିଠି ଲେଖିଛନ୍ତି। ସବୁ ଜିଲ୍ଲାରେ ଡିଏସ୍‌ପି ରାଙ୍କ୍‌ର ଅଫିସରଙ୍କୁ ପର୍ଯ୍ଯବେକ୍ଷକ ଦାୟିତ୍ବ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କେତେକ ସ୍ଥାନରେ ନିୟମ ନମାନି ସାଧାରଣ ସଭା ହେଉଛି । ତାହାକୁ ତୁରନ୍ତ ବନ୍ଦ କରାଯାଉ । ସମସ୍ତ କଟକଣାକୁ ପାଳନ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

ସୂଚନା ଅନୁଯାୟୀ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା କାଲି ଅର୍ଥାତ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟାର ଶେଷ ଦିନ । ଏହା ପରେ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଆହୁରି ପଢ଼ନ୍ତୁ: ଅନୈତିକ କାର୍ଯ୍ୟରେ ଲିପ୍ତ ସେବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସେବାରୁ ନିଲମ୍ବନ, ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।
20 Jan 2022 By The Sakala

ପଞ୍ଚାୟତ ନିର୍ବାଚନ: ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ, ସମ୍ଭାବ୍ଯ ଭିଡ ଏଡାଇବା ପାଇଁ ଡିଜିପିଙ୍କୁ ଚିଠି ଲେଖିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। କୋଭିଡ ଗାଇଡଲାଇନ ପାଳନ କରି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଛନ୍ତି। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଶେଷ ଦିନରେ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବାର ସମ୍ଭାବନା ରହିଛି। ଆସନ୍ତାକାଲି ଯେମିତି ଅଧିକ ଭିଡ଼ ନ ହେବ ଓ ଗାଇଡଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଡିଜିପିଙ୍କୁ ରାଜ୍ୟ ନିର୍ବାଚନ କମିଶନରଙ୍କ ଏ ନେଇ ଚିଠି ଲେଖିଛନ୍ତି। ସବୁ ଜିଲ୍ଲାରେ ଡିଏସ୍‌ପି ରାଙ୍କ୍‌ର ଅଫିସରଙ୍କୁ ପର୍ଯ୍ଯବେକ୍ଷକ ଦାୟିତ୍ବ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କେତେକ ସ୍ଥାନରେ ନିୟମ ନମାନି ସାଧାରଣ ସଭା ହେଉଛି । ତାହାକୁ ତୁରନ୍ତ ବନ୍ଦ କରାଯାଉ । ସମସ୍ତ କଟକଣାକୁ ପାଳନ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ।

ସୂଚନା ଅନୁଯାୟୀ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା କାଲି ଅର୍ଥାତ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟାର ଶେଷ ଦିନ । ଏହା ପରେ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୫ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ଥିବା ବେଳେ, ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ଫେବ୍ରୁଆରୀ ୧୬ରୁ ସାରା ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ । ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ମତଦାନ ହେବ । ସେହିପରି ଫେବ୍ରୁଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ହେବ । ଏଥର ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ରାଲି ଉପରେ କଟକଣା ଜାରି ହୋଇଛି । କେବଳ ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀ ଡୋର ଟୁ ଡୋର ପ୍ରଚାର କରିପାରିବେ ।

ଚଳିତଥର ତ୍ରିସ୍ତରୀୟ ପଞ୍ଚାୟତରେ ମୋଟ ୯୧,୯୧୩ ଜଣ ୱାର୍ଡମେମ୍ବର, ୬୭୯୪ ଜଣ ସରପଞ୍ଚ, ୬୭୯୪ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨ କୋଟି ୭୯ ଲକ୍ଷ ୩୫ ହଜାର ୫୨୫ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କର ସତ୍ୟପାଠ ସମ୍ପୃକ୍ତ ଜିଲ୍ଲାର ୱେବସାଇଟରେ ଉଲ୍ଲେଖ ରହିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପଦବୀ ପାଇଁ ପ୍ରାର୍ଥୀମାନେ ସତ୍ୟପାଠ ଦାଖଲ କରିବେ । ଯଦି ଏଥିରେ କୌଣସି ଭୁଲ ତଥ୍ୟ ଥାଏ, ତେବେ ଜରିମାନା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର