ଅଗ୍ନିଶମ ବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ: ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ, ସୃଷ୍ଟି ହେବ ୧୪୪ଟି ପଦବୀ

The Sakala Picture
Published On

ଭୁବନେଶ୍ବର: ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ । ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏ ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା […]

ଭୁବନେଶ୍ବର: ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ । ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏ ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।

ଆହୁରି ପଢ଼ନ୍ତୁ: କଟକ ପ୍ରେସଛକ ମାଛ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ; ସ୍ଥିତି ପରଖିଲେ ମେୟର

ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି Range Headquarter ରହିବ। ପ୍ରତ୍ୟେକ Range Headquarter ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା First Responder ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଥିଲା ।  ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ ସଂଚଳନା କରିଥିଲେ ।  ଅଗ୍ନିଶମ ବିଭାଗର ଡିଜି ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ । ଆଲୋଚନା ରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ଶ୍ରୀମତୀ ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।

29 Aug 2022 By The Sakala

ଅଗ୍ନିଶମ ବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ: ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ, ସୃଷ୍ଟି ହେବ ୧୪୪ଟି ପଦବୀ

ଭୁବନେଶ୍ବର: ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ । ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏ ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।

ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି Range Headquarter ରହିବ। ପ୍ରତ୍ୟେକ Range Headquarter ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ ।

ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା First Responder ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା ।

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଥିଲା ।  ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ ସଂଚଳନା କରିଥିଲେ ।  ଅଗ୍ନିଶମ ବିଭାଗର ଡିଜି ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ । ଆଲୋଚନା ରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ଶ୍ରୀମତୀ ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର