ରାଜ୍ୟରେ ଛାତ୍ରୀ ଓ ନାରୀ ସୁରକ୍ଷା ପ୍ରସଙ୍ଗରେ ଛାତ୍ର ଓ ଯୁବ ବିଜେଡିର ହାଲ୍ଲାବୋଲ

The Sakala Picture
Published On

ଭୁବନେଶ୍ୱର : ବିଜୁ ଛାତ୍ର ଓ ଯୁବ ଜନତା ଦଳର ଘୋଷଣା ଆଧାରରେ ଅଗଷ୍ଟ ୧ ରୁ ୮ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଦ୍ୱିତୀୟ ଦିନରେ ରାଜ୍ୟର ବିଭିନ୍ନ କଲେଜର ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏହାସହ ଗୋପାଳପୁର ବିଚ୍‌ରେ ଏକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୀ ଜିଲ୍ଲା ବଳଙ୍ଗାରେ ଏକ ନାବାଳିକାକୁ ଜିଅନ୍ତା ଜାଳିଦେବା ପାଇଁ ଉଦ୍ୟମ ଓ ରାଜ୍ୟର ବିଭିନ୍ନ […]

ଭୁବନେଶ୍ୱର : ବିଜୁ ଛାତ୍ର ଓ ଯୁବ ଜନତା ଦଳର ଘୋଷଣା ଆଧାରରେ ଅଗଷ୍ଟ ୧ ରୁ ୮ ପର୍ଯ୍ୟନ୍ତ ଛାତ୍ରୀ ଓ ମହିଳାଙ୍କୁ ସୁରକ୍ଷା ଓ ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଦ୍ୱିତୀୟ ଦିନରେ ରାଜ୍ୟର ବିଭିନ୍ନ କଲେଜର ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏହାସହ ଗୋପାଳପୁର ବିଚ୍‌ରେ ଏକ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୀ ଜିଲ୍ଲା ବଳଙ୍ଗାରେ ଏକ ନାବାଳିକାକୁ ଜିଅନ୍ତା ଜାଳିଦେବା ପାଇଁ ଉଦ୍ୟମ ଓ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଟୁଥିବା ଛାତ୍ରୀ ଓ ନାରୀ ବିରୋଧୀ ଘଟଣାର ପ୍ରତିବାଦରେ ବିଜେଡି ଛାତ୍ର ଓ ଯୁବ ପକ୍ଷରୁ ରଣହୁଙ୍କାର ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀର ଧନୁଯାତ୍ରାରେ ଅଘଟଣ: ହାତୀ ଆକ୍ରମଣରେ ମାହୁତଙ୍କ ମୃତ୍ୟୁ

ବିଜେପି ସରକାରରେ ଗତ ୧୩ ମାସ ମଧ୍ୟରେ ରାଜ୍ୟରେ ଘଟିଥିବା ପ୍ରମୁଖ ଛାତ୍ରୀ ଓ ମହିଳା ନିର୍ଯାତନା ଘଟଣାମାନ କେବଳ ନାରୀଙ୍କ ସୁରକ୍ଷା ଉପରେ ନୁହେଁ ବରଂ ଆଇନ ଓ ଶାସନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି। ଏହି ଘଟଣାର ପ୍ରତିବାଦ କରି ଆଜି ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରାଲିରେ ଯାଇ ଛାତ୍ରୀ ଓ ନାରୀମାନଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇଦେବା ସହ ଓଡ଼ିଶାରେ ଅହେତୁକ ବୃଦ୍ଧି ପାଇଥିବା ଛାତ୍ରୀ ଓ ନାରୀଙ୍କ ଉପରେ ନିର୍ଯାତନା ଓ ଅପରାଧ ବିରୁଦ୍ଧରେ ତ୍ୱରିତ ଉପଯୁକ୍ତ ପୁଲିସ କାର୍ଯ୍ୟାନୁଷ୍ଠାନ ଦାବିରେ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ନିକଟସ୍ଥ ଥାନା ଓ ଡିସିପିଙ୍କ ଅଫିସରେ ସ୍ମାରକପତ୍ର ପ୍ରଦାନ କରିଥିଲେ।

ଆହୁରି ପଢ଼ନ୍ତୁ: ଠକେଇ ଅଭିଯୋଗରେ ପ୍ରବଚକ ଶରଣାରବିନ୍ଦ ଓଝା ଗିରଫ

ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରୁ ଛାତ୍ର ଓ ଯୁବ ବିଜେଡିର ଶୋଭାଯାତ୍ରା ବାହାରି ଭୁବନେଶ୍ୱର ଡିସିପି ଅଫିସ ଆଗରେ ପ୍ରତିବାଦ କରିବା ସହ ସ୍ମାରକପତ୍ର ପ୍ରଦାନ କରିଥିଲେ। କଟକର ଶୈଳବାଳା ମହିଳା ମହାବିଦ୍ୟାଳୟ ଛାତ୍ରୀମାନେ ଲାଲ୍‌ବାଗ ଥାନାରେ ଓ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟ ଛାତ୍ରୀମାନେ ବିଡାନାସୀ ଥାନାରେ ଡିଜିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିବା ସହ ରାଜ୍ୟ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଥିଲେ।

ଆହୁରି ପଢ଼ନ୍ତୁ: ରେଷ୍ଟୁରାଣ୍ଟରେ ଅସଦାଚରଣ ମାମଲା: ପୁଲିସର ତଦନ୍ତ ପ୍ରକ୍ରିୟାରେ ଅସନ୍ତୋଷ ପ୍ରକାଶ କଲେ ଅଭିନେତ୍ରୀ, ନ୍ୟାୟ ପାଇଁ କଲେ ଗୁହାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର