ସୁଆଣ୍ଡୋ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ, ଜ୍ଞାନର କେନ୍ଦ୍ର ଭାବରେ ବିକଶିତ ହେବ

The Sakala Picture
Published On

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ତାଙ୍କ ଜନ୍ମସ୍ଥାନ ପ୍ରତି ଓଡ଼ିଆଙ୍କର ତୀର୍ଥ କ୍ଷେତ୍ର । ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମକୁ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ ଏକ ଜ୍ଞାନର କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କାମ ଆରମ୍ଭ ହୋଇଛି […]

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ତାଙ୍କ ଜନ୍ମସ୍ଥାନ ପ୍ରତି ଓଡ଼ିଆଙ୍କର ତୀର୍ଥ କ୍ଷେତ୍ର । ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମକୁ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ ଏକ ଜ୍ଞାନର କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କାମ ଆରମ୍ଭ ହୋଇଛି । ଉତ୍କଳମଣିଙ୍କ ତ୍ୟାଗ ପୁତ ଜୀବନ ଓ ଆଦର୍ଶର ପ୍ରଚାର ପ୍ରସାରରେ ମଧ୍ୟ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ଯୋଜନାକୁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସେ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ସୁଆଣ୍ଡୋ ଯାଇ ସେଠାରେ ଚାଲିଥିବା ବିକାଶ କାମ ବୁଲି ଦେଖିଥିଲେ । ପ୍ରଥମେ 5T ସଚିବ ପାଣ୍ଡିଆନ ଗୋପବନ୍ଧୁଙ୍କ ସଠି ଘରକୁ ଯାଇ ଉତ୍କଳମଣିଙ୍କ ପ୍ରତି ଶ୍ରଦ୍ଧା ନିବେଦନ କରିଥିଲେ । ଗୋପବନ୍ଧୁଙ୍କ ଦାୟାଦ ମାନଙ୍କୁ ଭେଟି ସ୍ମୃତି ପୀଠ ବିଷୟରେ ଆଲୋଚନା କରିଥିଲେ । ଉତ୍କଳମଣିଙ୍କ ଜନ୍ମ ପୀଠର ବିକାଶ ପାଇଁ ସରକାରଙ୍କ ପଦକ୍ଷେପର ସେମାନେ ଉଚ୍ଚ ପ୍ରଶଂସା କରିଥିଲେ ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ପୁନଃରୁଦ୍ଧାର କାର୍ଯ୍ୟ ହାତକୁ ନିଆଯିବା ସହ ଦ୍ରୁତ ଗତିରେ ନିର୍ମାଣ କାର୍ଯ୍ୟ ଜାରି ରହିଛି । ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମକୁ ଉନ୍ନତ ରାସ୍ତା, ପରିକ୍ରମା ରାସ୍ତା, ପାର୍କ, ମ୍ୟୁଜିୟମ ନିର୍ମାଣ କାର୍ଯ୍ୟକୁ ଆଜି 5T ସଚିବ ବୁଲି ଦେଖିଥିବା ବେଳେ ଦୁଇରୁ ତିନିମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ସୁଆଣ୍ଡୋରେ ନିର୍ମାଣ ହେଉଥିବା ପାର୍କିଂ ପ୍ଲେସ, ରିସେପସନ ସେଣ୍ଟର ତଥା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ପାଣ୍ଡିଆନ ବୁଲି ଦେଖିବା ସହ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ବିଭିନ୍ନ ସାମଗ୍ରୀକୁ ନେଇ ମ୍ୟୁଜିଅମ୍ ଏବଂ ପୋଖରୀ ଆଦିରେ ଚାଲିଥିବା ବିକାଶ କାମ ଅନୁଧ୍ୟାନ କରିଛନ୍ତି । ବିଶେଷ କରି ସୁଆଣ୍ଡୋରେ ଗୋପବନ୍ଧୁଙ୍କ ପନ୍ଦର ଫୁଟ୍ ଉଚ୍ଚର ଏକ ବ୍ରୋଞ୍ଚ ପ୍ରତିମୂର୍ତ୍ତି ସ୍ଥାପନ ନେଇ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ ।

ପ୍ରାୟ ୨୪ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଏହି ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଏବଂ ସୂଚାରୁରୂପେ ଶେଷ କରିବା ନେଇ ଲକ୍ଷ୍ୟ ରଖାଯାଇଛି । ଏ ଦିଗରେ ଗ୍ରାମବାସୀଙ୍କ ସହଯୋଗ ମଧ୍ୟ କାମନା କରାଯାଇଥିଲା । ତେବେ ଦୀର୍ଘ ୫୦ ବର୍ଷ ପରେ ସୁଆଣ୍ଡୋ ଗ୍ରାମର ଏଭଳି ଉନ୍ନତିକରଣ କାର୍ଯ୍ୟ କରାଯାଉଥିବା ନେଇ ସୁଆଣ୍ଡୋ ବାସୀ ବେଶ୍ ଗୌରାବାନ୍ୱିତ ମନେ କରିଥିବା ବେଳେ ସରକାରଙ୍କ ଏଭଳି ପ୍ରଚେଷ୍ଟାକୁ ସାଧୁବାଦ ଜଣାଇଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର