ମନୋରଞ୍ଜନ
ଓଡ଼ିଶା
ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର: 'ସୁଭଦ୍ରା' ହିତାଧିକାରୀଙ୍କ ପାଇଁ ବଡ ଖବର । ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା । ନୂଆ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର ଟଙ୍କା । ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।
ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି । ଅଭିଯୋଗ ଶୁଣାଣିରେ ୨୪ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା ।





