ରକ୍ଷାବନ୍ଧନରେ 'ସୁଭଦ୍ରା' ଯୋଜନାର ପଞ୍ଚମ କିସ୍ତି: ଏକ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା

Madhusudan Das Picture
Published On

ଭୁବନେଶ୍ୱର: ‘ସୁଭଦ୍ରା ଯୋଜନା’ର ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଆସନ୍ତା ଅଗଷ୍ଟ ୨୮ ତାରିଖ (ରକ୍ଷାବନ୍ଧନ) ଦିନ ରାଜ୍ୟର ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଏହି ଅବସରରେ ନୟାଗଡ଼ଠାରେ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଗଷ୍ଟ ୨୮ ସୁଦ୍ଧା ଜିଲ୍ଲା ପ୍ରଶାସନ ଦ୍ୱାରା ଯାଞ୍ଚ ଏବଂ ସୁପାରିଶ କରାଯାଇଥିବା ସମସ୍ତ ଯୋଗ୍ୟ ଆବେଦନକାରୀଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ। ପୂର୍ବ କିସ୍ତିରୁ ବଞ୍ଚିତ ହୋଇଥିବା ଯୋଗ୍ୟ ହିତାଧିକାରୀମାନେ ଯାଞ୍ଚ ପରେ ଏକାସାଙ୍ଗରେ ୫ଟି କିସ୍ତି ପାଇବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ସରକାରଙ୍କୁ ୩.୧୭ ଲକ୍ଷ ନୂଆ ଆବେଦନ ମିଳିଛି, ଯେଉଁଥିରୁ ଅଧିକାଂଶର କ୍ଷେତ୍ର ଯାଞ୍ଚ ଶେଷ ହୋଇସାରିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଡିବିଟି (DBT) ମାଧ୍ୟମରେ ୫,୦୦୦ ଟଙ୍କା ପ୍ରଦାନ କରାଯିବ। ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୭, ୨୦୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବାର୍ଷିକ ଦୁଇଟି କିସ୍ତିରେ (ରକ୍ଷାବନ୍ଧନ ଏବଂ ଆନ୍ତର୍ଜାତୀୟ ମହିଳା ଦିବସ) ମୋଟ ୧୦,୦୦୦ ଟଙ୍କା ପ୍ରଦାନ କରାଯାଉଛି। ୫ ବର୍ଷ ମଧ୍ୟରେ ଜଣେ ହିତାଧିକାରୀଙ୍କୁ ସର୍ବମୋଟ ୫୦,୦୦୦ ଟଙ୍କା ମିଳିବାର ବ୍ୟବସ୍ଥା ରହିଛି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର