ସୁଭଦ୍ରା ଯୋଜନାକୁ ନେଇ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର, ଜାଣନ୍ତୁ କିଏ କରିପାରିବେ ଆବେଦନ…

The Sakala Picture
Published On

ଭୁବନେଶ୍ୱର: ଆସିଲା ‘ସୁଭଦ୍ରା’ ଯୋଜନା ଗାଇଡଲାଇନ । ସୁଭଦ୍ରା ଯୋଜନାକୁ ନେଇ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି । ଗାଇଡଲାଇନ ଅନୁସାରେ ଯୋଜନାରେ ସାମିଲ ହେବାକୁ ହେଲେ ହିତାଧିକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଦରକାର । ହିତାଧିକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଅର୍ଥାତ ୨୧ ବର୍ଷରୁ କମ ଓ ୬୦ ବର୍ଷରୁ ଅଧିକ […]

ଭୁବନେଶ୍ୱର: ଆସିଲା ‘ସୁଭଦ୍ରା’ ଯୋଜନା ଗାଇଡଲାଇନ । ସୁଭଦ୍ରା ଯୋଜନାକୁ ନେଇ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି । ଗାଇଡଲାଇନ ଅନୁସାରେ ଯୋଜନାରେ ସାମିଲ ହେବାକୁ ହେଲେ ହିତାଧିକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଦରକାର । ହିତାଧିକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଅର୍ଥାତ ୨୧ ବର୍ଷରୁ କମ ଓ ୬୦ ବର୍ଷରୁ ଅଧିକ ବର୍ଷର ମହିଳା ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ଗାଇଡଲାଇନ୍ ଅନୁସାରେ ଆଧାର କାର୍ଡରେ ଥିବା ଜନ୍ମ ତାରିଖକୁ ବୟସର ମାପକାଠି ଭାବେ ଗ୍ରହଣ କରାଯିବ । ସେହିପରି ହିତାଧିକାରୀଙ୍କ ବୟସ ୨୦୨୪ ଜୁଲାଇ ୧ ତାରିଖ ସୁଦ୍ଧା ୨୧ ବର୍ଷ ହୋଇଥିବା ଆବଶ୍ୟକ । ଅଫଲାଇନ୍ ଓ ଅନଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ । କାର୍ଯ୍ୟକାରିତାକୁ ତଦାରଖ ପାଇଁ ଗଠନ କରାଯିବ କମିଟି। ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ ଓ ଉନ୍ନୟନ କମିଶନର ଉପାଧ୍ୟକ୍ଷ ରହିବେ । ଜିଲ୍ଲାସ୍ତରରେ ଓ ବ୍ଲକ ସ୍ତରରେ ତଦାରଖ କମିଟି ଗଠନ କରାଯିବ । ସହରାଞ୍ଚଳସ୍ତରୀୟ ଯାଞ୍ଚ କମିଟି ମଧ୍ୟ ଗଠନ କରାଯିବ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର