ସୁଭଦ୍ରା ଯୋଜନା: ଆସନ୍ତା ୨୪ରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କରାଯିବ। ସୁନ୍ଦରଗଡରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଏହି ଟଙ୍କା ପ୍ରଦାନ କରାଯିବ। ୨୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଏହି ଟଙ୍କା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୂଚନା ଅନୁଯାୟୀ, ଏଯାବତ୍ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। ବିଭିନ୍ନ ତ୍ରୁଟି କାରଣରୁ ଆବେଦନ […]

ଭୁବନେଶ୍ବର: ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କରାଯିବ। ସୁନ୍ଦରଗଡରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଏହି ଟଙ୍କା ପ୍ରଦାନ କରାଯିବ। ୨୦ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଏହି ଟଙ୍କା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ସୂଚନା ଅନୁଯାୟୀ, ଏଯାବତ୍ ୨ ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ରିଜେକ୍ଟ ହୋଇଛି। ବିଭିନ୍ନ ତ୍ରୁଟି କାରଣରୁ ଆବେଦନ ପତ୍ର ରିଜେକ୍ଟ ହୋଇଛି। ରିଜେକ୍ଟ ତାଲିକା ଜିଲ୍ଲାପାଳଙ୍କ ଜରିଆରେ ବ୍ଲକକୁ ପଠାଯାଇଛି। ଆଧାର କାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ୩ୟ ପର୍ଯ୍ୟାୟରେ ମିଳିବ। ସଂଶୋଧନ କରିବାରେ ବିଳମ୍ବ ହେଲେ, ୪ର୍ଥ ପର୍ଯ୍ୟାୟରେ ପ୍ରଦାନ କରାଯିବ। ଜଣେ ବି ଯୋଗ୍ୟ ହିତାଧିକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

About The Author: The Sakala