ସୁଭଦ୍ରା ଯୋଜନା: ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ

The Sakala Picture
Published On

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡ଼େଟ୍‌ । ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ। ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ତାରିଖ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। […]

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡ଼େଟ୍‌ । ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ତାରିଖ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଏପଟେ ସୁଭଦ୍ରା ଯୋଜନାରୁ ଅଯୋଗ୍ୟ ୨ଲକ୍ଷ ୬୭ ହଜାର ହିତାଧିକାରୀଙ୍କ ମଧ୍ୟରୁ ୨୫ ପ୍ରତିଶତଙ୍କ ସମାଧାନ ହୋଇସାରିଛି। ଏବେ ସୁଦ୍ଧା କୋଟିଏ ୧୬ ହଜାର ମହିଳା ସୁଭଦ୍ରା ପାଇଁ ଆବେଦନ କରିଥିବା ବେଳେ ୩ଟି ପର୍ଯ୍ୟାୟରେ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି। ବାକି ମହିଳାଙ୍କୁ ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ମିଳିବ ପ୍ରଥମ କିସ୍ତି। ୨୦୨୪ ସୁଦ୍ଧା କୋଟିଏ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ପରବର୍ତ୍ତୀ ସମୟରେ ଜାନୁଆରୀ ଏବଂ ଫେବ୍ରୁଆରୀରେ ଆବେଦନ କଲେ ମାର୍ଚ୍ଚ ୮ ରେ ଏକା ବେଳକେ ଦୁଇଟି କିସ୍ତି ପାଇବେ ଯୋଗ୍ୟ ମହିଳା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର