ବିରଳ ଅସ୍ତ୍ରୋପଚାର କରି ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର

The Sakala Picture
Published On

ଭୁବନେଶ୍ୱର: ଜନ୍ମଗତ ତ୍ରୁଟି ଥିବା ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର । ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲ ଡାକ୍ତର । ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ […]

ଭୁବନେଶ୍ୱର: ଜନ୍ମଗତ ତ୍ରୁଟି ଥିବା ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର । ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲ ଡାକ୍ତର । ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଥିଲା । ଏହା ଏକ ଜନ୍ମଗତ ତ୍ରୁଟି ହୋଇଥିବା ବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା ବୋଲି ଏହି ବିରଳ ଅସ୍ତ୍ରୋପଚାର ସମ୍ପାଦନ କରିଥିବା ହସ୍ପିଟାଲର ପେଡିଆଟ୍ରିକ୍ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି । ଡକ୍ଟର ପ୍ରଧାନ କହିଛନ୍ତି ଯେ ସମ୍‌କୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ ମଧ୍ୟ ହସ୍ପିଟାଲକୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଂକଟାପନ୍ନ ଥିଲା । ମେ’ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି । ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ବଡ଼ ଆହ୍ବାନ ଥିଲା । ଶିଶୁଟିକୁ ଈଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଥିଲେ । ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇଥିବା ବେଳେ ସେ ସୁସ୍ଥ ହୋଇ ଗୁରୁବାର ଦିନ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

21 May 2021 By The Sakala

ବିରଳ ଅସ୍ତ୍ରୋପଚାର କରି ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର

ଭୁବନେଶ୍ୱର: ଜନ୍ମଗତ ତ୍ରୁଟି ଥିବା ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର । ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲ ଡାକ୍ତର । ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଥିଲା । ଏହା ଏକ ଜନ୍ମଗତ ତ୍ରୁଟି ହୋଇଥିବା ବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା ବୋଲି ଏହି ବିରଳ ଅସ୍ତ୍ରୋପଚାର ସମ୍ପାଦନ କରିଥିବା ହସ୍ପିଟାଲର ପେଡିଆଟ୍ରିକ୍ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି । ଡକ୍ଟର ପ୍ରଧାନ କହିଛନ୍ତି ଯେ ସମ୍‌କୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ ମଧ୍ୟ ହସ୍ପିଟାଲକୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଂକଟାପନ୍ନ ଥିଲା । ମେ’ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି । ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ବଡ଼ ଆହ୍ବାନ ଥିଲା । ଶିଶୁଟିକୁ ଈଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଥିଲେ । ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇଥିବା ବେଳେ ସେ ସୁସ୍ଥ ହୋଇ ଗୁରୁବାର ଦିନ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛି ।

https://www.thesakala.in/latest-odisha-news/sum-hospital-doctor-saved-a-12-year-childs-live/article-2329
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର